Masthead

୯ ଜଣଙ୍କୁ ଫାଶୀ ଦଣ୍ଡାଦେଶ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଲକ କିତୁଂ ଗ୍ରାମରେ ଗୁଣିଆ ସନ୍ଦେହରେ ଗୋଟିଏ ପରିବାରର ୩ଜଣଙ୍କୁ ହତ୍ୟା ମାମଲାରେ ୯ଜଣଙ୍କୁ ପୁନର୍ବିଚାର ଦୋଷୀ ସାବ୍ୟାସ୍ତ କରିଛନ୍ତି ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତ । ପୁନର୍ବିଚାର ପରେ ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜଙ୍କ ରାୟକୁ କାଏମ ରଖି ଅଭିଯୁକ୍ତ ୯ ଜଣଙ୍କ ଫାଶୀ ଦଣ୍ଡା ଦେବାକୁ ନିଜର ରାୟ ଶୁଣାଇଛନ୍ତି। ଏଥିପୂର୍ବରୁ ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଅଦାଲତ ୯ଜଣଙ୍କୁ ଫାସି ଦଣ୍ଡାଦେଶ ଦେଇଥିଲେ।

ଦଣ୍ଡାଦେଶ ପାଇଥିବା ଅଭିଯୁକ୍ତ ୯ଜଣ ଜେଲରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାନ୍ୟବର ହାଇକୋର୍ଟ ମାମଲାର ପୁନରବିଚାର କରିବା ପାଇଁ ପ୍ରଥମେ ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୁଣପୁର କୋର୍ଟ ମାମଲାଟିକୁ ରାୟଗଡ ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟକୁ ସ୍ଥାନାନ୍ତର କରିଥିଲେ। ମାମଲା ସ୍ଥାନାନ୍ତର ହେବାପରେ ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତରେ ମାମଲାର ବିଚାରଣା କରିବା ପରେ ସମସ୍ତ ୯ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ ଗତ ସେପ୍ଟେମ୍ବର ୯ ତାରିଖ ୨୦୧୬ ମସିହାରେ କିତୁଂ ଗ୍ରାମର ଗୋଟିଏ ପରିବାରର ବାପା, ମା ଓ ଝିଅଙ୍କୁ ଗୁଣିଗାରେଡି ସନ୍ଦେହରେ ପ୍ରଥମ ନିସ୍ତୁକ ମାଡ ପରେ କୀଟନାଶକ ଇଞ୍ଜେକସନ ଦେଇଥିଲେ । ଅଚେତ ଅବସ୍ଥାରେ ଗାତଖୋଳି ପୋତିଦେଇଥିଲେ । ପରେ ପୁଲିସ ହାତରେ ଧରାପଡିଯିବା ଭୟରେ ଗାତଭିତରୁ ବାହାର କରି ପୁଣି କିରୋସିନ ଢାଳି ପୋଡିଦେଇଥଲେ। ଏହି ଜଘନ୍ୟ ହତ୍ୟା ମାମଲାରେ ପୁଟାସିଂ ୯ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଇଦେଇଥିଲା । ଏହି ମାମଲାର ବିଚାରଣା କରି ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ୨୦୧୮ ମସିହା ଏପ୍ରିଲ ୧୩ତାରିଖରେ ୯ ଜଣଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଥିଲେ । ପରବର୍ତ୍ତୀ ସମୟରେ ଦଣ୍ଡାଦଶ ପାଇଥିବା ୯ଜଣ ମାନ୍ୟବର ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!