Masthead

ମନ୍ତ୍ରୀ କରୁଥିଲେ ଜମି ହଡ଼ପ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ):  ଜାଲ ଡକ୍ୟୁମେଣ୍ଟ ଦେଖାଇ ଜମି ହଡପ କରୁଥିଲେ ମନ୍ତ୍ରୀ । ପରେ ଧରା ପଡିଲେ । ଉତ୍ତରପ୍ରଦେଶର ବୁଲାନ୍ଦସହରରେ ଏକ ସ୍ୱତନ୍ତ୍ର ଅଦାଲତ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଅନିଲ ଶର୍ମାଙ୍କୁ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି । ଜାଲ କାଗଜ ପତ୍ର ଆଧାରରେ ଏକ ଘରୋଇ କାରଖାନରେ ଜମିକୁ ବେଆଇନ ଭାବେ ହଡପ କରିଥିବା ଅଭିଯୋଗ ହୋଇଛି । ତେବେ ଏ ନେଇ ତାଙ୍କୁ କୋର୍ଟର ଅତିରିକ୍ତ ସେସନ୍ସ ଜଜ୍ (ଏଡିଜେ) ଦୋଷୀ ସାବ୍ୟସ୍ତ କରିଛନ୍ତି ।

ନଭେମ୍ବର ୧୦ରେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବାକୁ ତାଙ୍କୁ ନୋଟିସ ମିଳିଛି । ଅକ୍ଟୋବର ୧୬ରେ ସ୍ୱତନ୍ତ୍ର ସାଂସଦ-ବିଧାୟକ ଅଦାଲତର ଏଡିଜେ ରାମ ପ୍ରତାପ ସିଂହଙ୍କ ଦ୍ୱାରା ଏହି ନିର୍ଦ୍ଦେଶ ଜାରି କରାଯାଇଛି । ଏହି ମାମଲା ସାମ୍ନାକୁ ଆସିବା ପରେ ଆଇପିସିର ଧାରା ୪୨୦, ୪୮୬ ଏବଂ ୪୭୧ ଅନୁଯାୟୀ ମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଭିଯୋଗକାରୀଙ୍କ କହିବା ମୁତାବକ, ତାଙ୍କ କୋଟି କୋଟି ଟଙ୍କାର ଜମିର ନାଁରେ ମନ୍ତ୍ରୀ ଜାଲ ଡକ୍ୟୁମେଣ୍ଟ ତିଆରି କରି ଜାଲିଆତି କରିଛନ୍ତି । ତେବେ ଏ ନେଇ ମନ୍ତ୍ରୀଙ୍କ ବିରୋଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା