Masthead

ମନ୍ତ୍ରୀ କରୁଥିଲେ ଜମି ହଡ଼ପ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ):  ଜାଲ ଡକ୍ୟୁମେଣ୍ଟ ଦେଖାଇ ଜମି ହଡପ କରୁଥିଲେ ମନ୍ତ୍ରୀ । ପରେ ଧରା ପଡିଲେ । ଉତ୍ତରପ୍ରଦେଶର ବୁଲାନ୍ଦସହରରେ ଏକ ସ୍ୱତନ୍ତ୍ର ଅଦାଲତ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଅନିଲ ଶର୍ମାଙ୍କୁ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି । ଜାଲ କାଗଜ ପତ୍ର ଆଧାରରେ ଏକ ଘରୋଇ କାରଖାନରେ ଜମିକୁ ବେଆଇନ ଭାବେ ହଡପ କରିଥିବା ଅଭିଯୋଗ ହୋଇଛି । ତେବେ ଏ ନେଇ ତାଙ୍କୁ କୋର୍ଟର ଅତିରିକ୍ତ ସେସନ୍ସ ଜଜ୍ (ଏଡିଜେ) ଦୋଷୀ ସାବ୍ୟସ୍ତ କରିଛନ୍ତି ।

ନଭେମ୍ବର ୧୦ରେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହେବାକୁ ତାଙ୍କୁ ନୋଟିସ ମିଳିଛି । ଅକ୍ଟୋବର ୧୬ରେ ସ୍ୱତନ୍ତ୍ର ସାଂସଦ-ବିଧାୟକ ଅଦାଲତର ଏଡିଜେ ରାମ ପ୍ରତାପ ସିଂହଙ୍କ ଦ୍ୱାରା ଏହି ନିର୍ଦ୍ଦେଶ ଜାରି କରାଯାଇଛି । ଏହି ମାମଲା ସାମ୍ନାକୁ ଆସିବା ପରେ ଆଇପିସିର ଧାରା ୪୨୦, ୪୮୬ ଏବଂ ୪୭୧ ଅନୁଯାୟୀ ମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆଭିଯୋଗକାରୀଙ୍କ କହିବା ମୁତାବକ, ତାଙ୍କ କୋଟି କୋଟି ଟଙ୍କାର ଜମିର ନାଁରେ ମନ୍ତ୍ରୀ ଜାଲ ଡକ୍ୟୁମେଣ୍ଟ ତିଆରି କରି ଜାଲିଆତି କରିଛନ୍ତି । ତେବେ ଏ ନେଇ ମନ୍ତ୍ରୀଙ୍କ ବିରୋଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ