Masthead

ମମିତା ମୃତ୍ୟୁ ମାମଲା, ଆଇଆଇସି ନିଲମ୍ବିତ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି କେଗାଁ ଥାନା ଆଇଆଇସି ନିଲମ୍ବିତ । କାର୍ଯ୍ୟରେ ଅବହେଲା ପାଇଁ ନିଳମ୍ବିତ ହେଲେ ଆଇଆଇସି ଡମୁ ପରଜା । ମମିତା ମେହେର ହତ୍ୟା ମାମଲାରେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ଦାୟିତ୍ଵରେ ଅବହେଳା ପାଇଁ ଥାନା ଅଧିକାରୀ ନିଲମ୍ବିତ ହୋଇଛନ୍ତି । କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ଶ୍ରବଣା ବିବେକ ଏମ୍ ସୂଚନା ଦେଇଛନ୍ତି । ସେପଟେ ବଲାଙ୍ଗିର ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟା କାଣ୍ଡରେ ମୁଖ୍ୟ ଅଭିଯୁକ୍ତ ସ୍କୁଲ ପରିଚାଳକ ଗିରଫ ହୋଇଥିବାବେଳେ ଆଜି ତାର ଆଉ ଜଣେ ସହଯୋଗୀ ରାଧେକୁ ଗିରଫ କରିଛି ପୋଲିସ ।

ଆଜି ତାକୁ କୋର୍ଟ ଚାଲାଣ କରାଯାଇଛି। ପୂର୍ବରୁ ପୋଲିସ୍ ଏହି ମାମଲାରେ ତିନି ଜଣଙ୍କୁ ଅଟକ ରଖି ତଦନ୍ତ କରିଥିଲା। ଯେଉଁଥିରେ ଜେଶିବି ଡ୍ରାଇଭର ପୁଷ୍ପ ଭୋଇ, ସହଯୋଗୀ ରାଧେ ଓ ଷ୍ଟାଡିୟମ୍ ମୁନସୀ ତଥା ତାର କାର ଡ୍ରାଇଭରକୁ ପୋଲିସ୍ ଅଟକ ରଖି ଜେରା କରିଥିଲା। ତେବେ ଆଜି ସହଯୋଗୀ ରାଧେ ବିରୋଧରେ ବଳିଷ୍ଠ ପ୍ରମାଣ ମିଳିବା ପରେ ପୋଲିସ୍ ତାକୁ ଗିରଫ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼