Masthead

ଆରପିଏଫ କର୍ମଚାରୀଙ୍କୁ ହତ୍ୟା

ନୟାଗଡ଼ (ବଡ଼ ଖବର ବ୍ୟୁରୋ): ଆରପିଏଫ କର୍ମଚାରୀଙ୍କୁ ହତ୍ୟା କରି ଫ୍ୟାନରେ ଝୁଲାଇଦେଲେ କ୍ଷ ତଦନ୍ତ ଠିକରେ କରୁନି ରାୟପୁର ପୋଲିସ । ଏପଟେ ନିରପେକ୍ଷ ତଦନ୍ତ ପାଇଁ ଦାବି କରି ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟିଲେ ମୃତ ଆରପିଏଫ ଯବାନଙ୍କ ପରିବାର ଲୋକ । ଛତିଶଗଡ଼ ରାୟପୁର ମହାଶମୁଣ୍ଡ ଜିଲ୍ଲା ରେଲୱେ ଷ୍ଟେସନରେ କାର୍ଯ୍ୟରତ ଥିଲେ ମୃତ କର୍ମଚାରୀ । ମୃତକ ଜଣକ ହେଲେ ଆରପିଏଫ କର୍ମଚାରୀ ଆଲୋକ କୁମାର ସାହୁ । ଆଲୋକଙ୍କ ଘର ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ହରିହରପୁର ଗାଁ ରେ ।

ଗତ ୧୮ ତାରିଖରେ ଆଲୋକଙ୍କ ଶବ ଭଡାଘର ପଙ୍ଖାରେ ଏକ ରଶିରେ ଝୁଲି ରହିଥିବା ଦେଖିବାକୁ ମିଳିଥିଲା । ମାତ୍ର ଆଲୋକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟିହୋଇ ରକ୍ତ ଝରୁଥିବା ସହ ପାରିପାର୍ଶ୍ଵିକ ଅବସ୍ଥାରୁ କେହି ତାଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ଉଦେଶ୍ୟରେ ଝୁଲାଇ ଦେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ତେବେ ଘଟଣାର ବିଧିବଦ୍ଧ ତଦନ୍ତ ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି