Masthead

ଏଣିକି ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ମିଳିବ ଏକ ଲକ୍ଷ ଟଙ୍କା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି । ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ କେନ୍ଦ୍ର ସରକାର ଅନେକ ଭିନ୍ନ ଭିନ୍ନ ପଦକ୍ଷେପ ମଧ୍ୟ ଗ୍ରହଣ କରିଆସୁଛନ୍ତି । ହେଲେ ଦେଶରେ ସଡ଼କ ଦୁର୍ଘଟଣା ବନ୍ଦ ହେବାର ନାଁ ନେଉନି । ଏହା ମଧ୍ୟରେ ସଡ଼କ ଦୁର୍ଘଟଣାରେ ସହାୟତାକାରୀଙ୍କୁ ଏକ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାର ଘୋଷଣା କରିଛନ୍ତି ଯୋଗୀ ସରକାର । ଅଚିହ୍ନା ଲୋକଙ୍କୁ ସହାୟତା କରିଥିବା ଲୋକଙ୍କ ପାଇଁ ସରକାର ଏପରି ନିଷ୍ପତ୍ତି ନେଇଥିବାର ସୂଚନା ମିଳିଛି । ସେପଟେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ସ୍ଵୀକୃତି ମିଳିଥିବାର କଥା ରାଜ୍ୟ ପରିବହନ ଆୟୁକ୍ତ ଧୀରଜ ସାହୁ କହିଛନ୍ତି ।

ଅନ୍ୟପଟେ ୨୦୨୧ ଅକ୍ଟୋବର ଠାରୁ ରାଜ୍ୟ ବ୍ୟାପୀ ଏହି ପ୍ରୋତ୍ସାହନ ଯୋଜନା ଲାଗୁ କରାଯାଇଛି । ଅନ୍ୟପଟେ ଏକ ରିପୋର୍ଟ ଅନୁସାରେ ରାଜ୍ୟରେ ପ୍ରତି ଏକ ଘଣ୍ଟାରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟୁଛି । ଦୁର୍ଘଟଣାରେ ଆହତଙ୍କୁ ଶୀଘ୍ର ସହାୟତା ଯୋଗାଇ ଦେବା ଲାଗି ଏହି ଯୋଜନା ଉପଯୋଗୀ ହୋଇପାରିବ ବୋଲି ରାଜ୍ୟ ସରକାର କହିଛନ୍ତି । ରାଜ୍ୟ ପରିବହନ ବିଭାଗ ଅନୁସାରେ ପୂର୍ବରୁ ଏଥିପାଇଁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଥିଲା । ସେପଟେ ପ୍ରତିବର୍ଷ ଏହି ଯୋଜନା ଅନ୍ତର୍ଗତ ରାଜ୍ୟରେ ୧୦ ଜଣ ଲୋକଙ୍କୁ ସମ୍ମାନୀତ କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ କୁହାଯାଇଛି । ସହାୟତାକାରୀଙ୍କୁ ସର୍ବାଧିକ ଲକ୍ଷେ ଟଙ୍କା ଏବଂ ସର୍ବନିମ୍ନ ୫ ହଜାର ଟଙ୍କା ପ୍ରଦାନ କରାଯିବ ଲାଗି ସରକାର କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍! 🔴 ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ 🔴 ୪୪ ଡିଗ୍ରୀ ଛୁଇଁପାରେ ତାତି 🔴 ଭକ୍ତଙ୍କ ପାଇଁ ଲଞ୍ଚ ହେଲା ‘ଶ୍ରୀ ଜଗନ୍ନାଥ ଧାମ୍’ ଆପ୍ 🔴 ୟୁକ୍ରେନ ଉପରେ ଋଷର ଡ୍ରୋନ-କ୍ଷେପଣାସ୍ତ୍ର ମାଡ଼ 🔴 ଛତିଶଗଡରେ ୭ ମାଓବାଦୀଙ୍କ ମୃତଦେହ ଉଦ୍ଧାର 🔴 ବକ୍ସ ଅଫିସରେ ଧମାଲ, ୨ୟ ଦିନରେ ୪୦କୋଟି ଇନକମ୍ 🔴 ପାଣି ପାଇଁ ଚିନ୍ତାରେ ପାକିସ୍ତାନ, ଭାରତକୁ ୪ଥର ଲେଖିଲାଣି ଚିଠି 🔴 ପ୍ରଭାତିଙ୍କୁ ସମୀରଙ୍କ ଖୋଲା ଚ୍ୟାଲେଞ୍ଜ 🔴 ପୁଣି ୧୦୦ କେଜି ଲୁଟ୍ ବିସ୍ଫୋରକ ଜବତ 🔴 ୧୨ନୁହେଁ ୨୦ରେ ଆସିବେ ପିଏମ୍!