Masthead

ଖସୁଛି ପାରଦ, ଆସିଲାଣି ପହିଲି ଶୀତ

ଦାରିଙ୍ଗିବାଡ଼ି(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେଧୀରେ ତାପମାତ୍ରା କମିବାରେ ଲାଗିଛି । ବିଭିନ୍ନ ସ୍ଥାନରେ କୁହୁଡ଼ି ସହିତ ପହିଲି ଶୀତର ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଦାରିଙ୍ଗିବାଡ଼ିରେ ପାରଦ ୧୧ ଡିଗ୍ରୀକୁ ଖସିଆସିଛି । ଫୁଲବାଣୀର ସର୍ବନିମ୍ନ ତାପମାତ୍ରା ୧୫.୨ ଓ ଭବାନୀପାଟଣାରେ ୧୬.୮ଡିଗ୍ରୀକୁ କମିଛି ।

ଶୁକ୍ରବାର ଦାରିଙ୍ଗିବାଡ଼ିରେ ପାରଦ ସର୍ବନିମ୍ନ ୧୬ ଡିଗ୍ରୀ ଥିବାବେଳେ ଶନିବାର ପାରଦ ହଠାତ୍‌ ୫ଡିଗ୍ରୀ ଖସିଛି । ଭବାନୀପାଟଣାରେ ସର୍ବନିମ୍ନ ତାପମାତ୍ରା ୧୬.୮ ଡିଗ୍ରୀ, ସୋନପୁରରେ ୧୭, କେନ୍ଦୁଝରରେ ୧୮, ଝାରସୁଗୁଡ଼ାରେ ୧୮.୬, ଅନୁଗୁଳରେ ୧୯, ନୟାଗଡ଼ରେ ୧୯ ଏବଂ ହୀରାକୁଦରେ ସର୍ବନିମ୍ନ ତାପମାତ୍ରା ୧୯.୧ ଡିଗ୍ରୀ ରେକର୍ଡ ହୋଇଛି ।

ସେପଟେ ଶନିବାର ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ସମ୍ପୂର୍ଣ୍ଣ ଫେରିଯାଇଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ଉତ୍ତର ପୂର୍ବ ଭାରତରୁ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ୨୮ ତାରିଖ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ । ଦିନକୁ ଦିନ ଶୀତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ