Masthead

ଖସୁଛି ପାରଦ, ଆସିଲାଣି ପହିଲି ଶୀତ

ଦାରିଙ୍ଗିବାଡ଼ି(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଧୀରେଧୀରେ ତାପମାତ୍ରା କମିବାରେ ଲାଗିଛି । ବିଭିନ୍ନ ସ୍ଥାନରେ କୁହୁଡ଼ି ସହିତ ପହିଲି ଶୀତର ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି । ଆଜି ଦାରିଙ୍ଗିବାଡ଼ିରେ ପାରଦ ୧୧ ଡିଗ୍ରୀକୁ ଖସିଆସିଛି । ଫୁଲବାଣୀର ସର୍ବନିମ୍ନ ତାପମାତ୍ରା ୧୫.୨ ଓ ଭବାନୀପାଟଣାରେ ୧୬.୮ଡିଗ୍ରୀକୁ କମିଛି ।

ଶୁକ୍ରବାର ଦାରିଙ୍ଗିବାଡ଼ିରେ ପାରଦ ସର୍ବନିମ୍ନ ୧୬ ଡିଗ୍ରୀ ଥିବାବେଳେ ଶନିବାର ପାରଦ ହଠାତ୍‌ ୫ଡିଗ୍ରୀ ଖସିଛି । ଭବାନୀପାଟଣାରେ ସର୍ବନିମ୍ନ ତାପମାତ୍ରା ୧୬.୮ ଡିଗ୍ରୀ, ସୋନପୁରରେ ୧୭, କେନ୍ଦୁଝରରେ ୧୮, ଝାରସୁଗୁଡ଼ାରେ ୧୮.୬, ଅନୁଗୁଳରେ ୧୯, ନୟାଗଡ଼ରେ ୧୯ ଏବଂ ହୀରାକୁଦରେ ସର୍ବନିମ୍ନ ତାପମାତ୍ରା ୧୯.୧ ଡିଗ୍ରୀ ରେକର୍ଡ ହୋଇଛି ।

ସେପଟେ ଶନିବାର ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ସମ୍ପୂର୍ଣ୍ଣ ଫେରିଯାଇଛି । ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ଉତ୍ତର ପୂର୍ବ ଭାରତରୁ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ୨୮ ତାରିଖ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ । ଦିନକୁ ଦିନ ଶୀତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ