Masthead

ଗିରଫ ଆଶିଷ ମିଶ୍ରା ଡାକ୍ତରଖାନାରେ ଭର୍ତ୍ତି ହେବେ !

(ବଡ଼ ଖବର ବ୍ୟୁରୋ)   ଉତ୍ତର ପ୍ରଦେଶର ଲଖିମପୁରରେ ଘଟିଥିବା ଖେରି ହିଂସା ଘଟଣାରେ ଗିରଫ ହୋଇଥିବା କେନ୍ଦ୍ର ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇପାରେ । ଆଶିଷଙ୍କ ଠାରେ ଡେଙ୍ଗୁର ଲକ୍ଷଣ ଦେଖାଯାଇଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବ । ଏ ନେଇ ପୋଲିସ ପକ୍ଷରୁ ଖବର ମିଳିଛି ।

ଲଖିମପୁର ଖେରି ଜେଲ କର୍ତ୍ତୁପକ୍ଷ କହିଛନ୍ତି ଆଶିଷ ଡେଙ୍ଗୁରେ ଆକ୍ରାନ୍ତ ଅଛନ୍ତି କି ନା ତାହା ଏ ଯାଏ ସ୍ପଷ୍ଟ ହୋଇନି । ପ୍ରଥମେ ତାଙ୍କୁ ଡାକ୍ତରାଖାନାକୁ ନିଆଯାଇ ଟେଷ୍ଟ କରାଯିବ । ଟେଷ୍ଟ ରିପୋର୍ଟ ଆସିବା ପରେ ତାଙ୍କର କଣ ହୋଇଛି , ଜଣାପଡିବ । ସୂଚନା ଅକ୍ଟୋବର ୩ ତାରିଖରେ ଲଖିମପୁର ଖେରିରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଆଶିଷ ମିଶ୍ରାଙ୍କ କାର ସେମାନଙ୍କ ଉପରେ ଚଢିଯାଇଥିବା ।

ଫଳରେ ଚାରି ଜଣ ଚାଷୀଙ୍କ ମୃତ୍ୟୁ ହୋଇଥିଲା । ଏହା ପରେ ଏହି ହିଂସା କାଣ୍ଡରେ ଆଉ ୪ ଜଣଙ୍କ ର ମୃତ୍ୟୁ ହୋଇଥିଲା । ଏହା ପରେ ତାଙ୍କୁ ଅକ୍ଟୋବର ୯ ତାରିଖରେ ତାଙ୍କୁ ଗିରଫ କରାଯାଇଥିଲା । ପ୍ରାୟ ୧୨ ଘଣ୍ଟାର ଜେରା ପରେ ତାଙ୍କୁ ସେହି ଦିନ ରାତିରେ ଗିରଫ କରାଯାଇଥିଲା । ଏହି ଘଟଣାରେ ଆଶିଷ ମିଶ୍ରାଙ୍କୁ ମିଶାଇ ୧୩ ଜଣ ଗିରଫ ହୋଇସାରିଲେଣି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି