Masthead

ତେଲ ଦରବୃଦ୍ଧି ପ୍ରତିବାଦରେ ୧୫ ଦିନିଆ ଆନ୍ଦୋଳନ ଡାକରା ଦେଲା କଂଗ୍ରେସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଅସମ୍ଭାଳ ହେଉଛି ତେଲ ଦର । ଆଜି ଲଗାତାର ପଞ୍ଚମ ଦିନ ପାଇଁ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ଘଟିଛି। ଏହାର ପ୍ରତିବାଦରେ ଜାତୀୟ କଂଗ୍ରେସ ୧୫ ଦିନିଆ ଆନ୍ଦୋଳନର ଡାକରା ଦେଇଛି। ଆସନ୍ତାମାସ ୧୪ ତାରିଖରୁ ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ହେବ। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସର ସାଧାରଣ ସଂପାଦକ କେ ସି ବେଣୁଗୋପାଳ। ସେ କହିଛନ୍ତି, ଏହି ୧୫ ଦିନିଆ ଆନ୍ଦୋଳନରେ ଗୋଟିଏ ସପ୍ତାହ ପାଇଁ ପଦଯାତ୍ରା ହେବ।

ଦେଶବ୍ୟାପୀ କଂଗ୍ରେସ କମିଟି ଗୁଡ଼ିକ ସେମାନଙ୍କ ଅଞ୍ଚଳରେ ପଦଯାତ୍ରା କରିବେ। ଅନ୍ୟପକ୍ଷରେ କଂଗ୍ରେସ ସାଧାରଣ ସଂପାଦିକା ପ୍ରିୟଙ୍କା ଗାନ୍ଧିଙ୍କ ସମେତ ଅନ୍ୟ ନେତାମାନେ ତେଲ ଦରବୃଦ୍ଧି ପାଇଁ ଆଜି ମୋଦୀ ସରକାରଙ୍କୁ ସମାଲୋଚନା କରିଛନ୍ତି। ଟ୍ବିଟ୍ କରି ‌‌ପ୍ରିୟଙ୍କା କହିଛନ୍ତି, ମୋଦୀ ସରକାର ଜନସାଧାରଣଙ୍କୁ ଅସୁବିଧାରେ ପକାଇବାରେ ବଡ଼ ରେକର୍ଡ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ