ରାୟଗଡ଼ାରେ ୧୨ ଘଣ୍ଟିଆ ରାସ୍ତାରୋକ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ବସ୍ତି ଉଛେଦ ପ୍ରତିବାଦରେ ଜିଲ୍ଲା ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ରାସ୍ତାରୋକ କରାଯାଇଛି। ରାୟଗଡା ସହରର ତିନୋଟି ପ୍ରବେଶ ପଥରେ ଏହି ରାସ୍ତା ଅବରୋଧ ହୋଇଛି। ଫଳରେ ସମସ୍ତ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା। ସହରର ସିରିଗୁଡା, ଖଲିଗୁଡା ଓ ମଝିଘରିଆଣୀ ମନ୍ଦିର ନିକଟରେ ଥିବା ସମସ୍ତ ତିନୋଟି ପ୍ରବେଶ ପଥରେ ବିଜେପି ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ବସ୍ତି ବାସିନ୍ଦା ମଧ୍ୟ ଏଥିରେ ସାମିଲ ହୋଇଥିଲେ।

ମୁଖ୍ୟତଃ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ବିଜେପି କର୍ମୀ। ରାସ୍ତା ଅବରୋଧ ସକାଳ ୬ ଟା ସମୟରେ ଆରମ୍ଭ ହୋଇଥିଲା। ତେବେ ପ୍ରାୟ ୭.୩୦ ସମୟରେ ରାସ୍ତା ଅବରୋଧ କରିଥିବା ବିଜେପି କର୍ମୀ ଓ ନେତାଙ୍କୁ ହଟାଇ ଥାନାକୁ ନେଇ ଯାଇଥିଲା। ଫଳରେ ରାସ୍ତା ରୋକ ହଟିଥିଲା। ଏହାକୁ କେନ୍ଦ୍ର କରି ବିଜେପି କର୍ମୀ ମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଥାନାରେ ବ୍ୟାପକ ନାରାବାଜି ହୋଇଥିଲା। ଏପରିକି ଥାନା ପରିସରରେ ମଧ୍ୟ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’