Masthead

ଇନ୍ଦୋରରେ ନୂଆ ଭୂତାଣୁ ଏୱାଇ.୪

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ପରେ ଚିନ୍ତା ବଢାଇଲାଣି ନୂଆ ଭୂତାଣୁ ଏୱାଇ.୪ । ଭାରତରେ ବ୍ରିଟେନରେ ଆତଙ୍କ ସୃଷ୍ଟି କରୁଛି ଏହି ଭୂତାଣୁ । ଇନ୍ଦୋରରେ ଡେଲ୍ଟାର ନୂଆ ପ୍ରଜାତି ଚିହ୍ନଟ ହୋଇଛି । ମଧ୍ୟପ୍ରଦେଶରେ ହୋଇଥିବା ଜିନୋମ୍ ସ୍ୱକ୍ୱେନ୍ସିଂ ରିପୋର୍ଟରୁ ୭ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଦୁଇ ସେନା ଅଧିକାରୀଙ୍କ ସମେତ ୭ ଜଣ ସଂକ୍ରମିତ ହୋଇଛନ୍ତି । ମହାରାଷ୍ଟ୍ରରେ ୧ ପ୍ରତିଶତ ନମୁନାରେ ଏୱାଇ.୪ ଚିହ୍ନଟ ହୋଇଛି ।

ମୁଖ୍ୟ ମେଡିକାଲ ଓ ହେଲ୍‌ଥ ଅଫିସର ଡ. ବିଏସ୍ ସେତିୟାଙ୍କ କହିବା ଅନୁସାରେ ମହୁଁ କ୍ୟାଣ୍ଟନମେଣ୍ଟରେ ନିଯୁକ୍ତ ଦୁଇଜଣ ସେନା ଅଫିସର ଏହି ପ୍ରଜାତି ଦ୍ବାରା ସଂକ୍ରମିତ ହୋଇଥିଲେ । ମହାରାଷ୍ଟ୍ରରେ ୧ ପ୍ରତିଶତ ନମୁନାରେ ଏୱାଇ.୪ କିସମ ଚିହ୍ନଟ ହୋଇଛି । ଏମ୍‌ଜିଏମ୍ ମେଡିକାଲ କଲେଜର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ଡ. ଅନୀତା ମୁଥା କହିଛନ୍ତି ଯେ, ଏୱାଇ.୪ ହେଉଛି ଡେଲ୍‌ଟା ଭାରିଆଣ୍ଟର ଏକ ଉପ-କିସମ। ଏହା ଡେଲ୍‌ଟା ନୁହେଁ କିମ୍ବା ଡେଲ୍‌ଟା ପ୍ଲସ୍ ବି ନୁହେଁ ।

ଭାରତରେ ଏହି କିସମ ପ୍ରଥମେ ମହାରାଷ୍ଟ୍ରରେ ଗତବର୍ଷ ଅକ୍ଟୋବର ମାସରେ ଚିହ୍ନଟ ହୋଇଥିଲ । ତେବେ ଏହି ନୂତନ କିସମ ବିଷୟରେ ବେଶି କିଛି ଗବେଷଣାଲବ୍ଧ ତଥ୍ୟ ନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ