Masthead

ଅଭିନବ ଉପାୟରେ ଥାନା ଘେରାଉ

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ): ଜିଲା କନ୍ଧ ସମାଜ ଯୁବ ସଂଗଠନ ପକ୍ଷରୁ ଥାନା ଘେରାଉ । ଗତ ନୂଆଖାଇ ଦିନ ବଙ୍ଗୋମୁଣ୍ଡାର ଲୁଗା ବ୍ୟବସାୟୀଙ୍କ ସ୍ତ୍ରୀକୁ ଦିନ ଦ୍ୱିପ୍ରହରରେ କେହି ହତ୍ୟା କରିଥିଲା । ଏହି ହତ୍ୟାରେ ସରଳ ନିରୀହ ଆଦିବାସୀ କନ୍ଧ ଯୁବକଙ୍କୁ ଫସାଇ ଦିଆଯାଇଥିବା ପ୍ରତିବାଦ ରେ ଜିଲା କନ୍ଧ ସମାଜ ଯୁବ ସଂଗଠନ ପକ୍ଷରୁ ଥାନା ଘେରାଉ କରାଯାଇଥିଲା । ବଙ୍ଗୋମୁଣ୍ଡା ମଞ୍ଜୁ ଦେବୀ ହତ୍ୟା ଘଟଣାର ପ୍ରକୃତ ହତ୍ୟାକାରୀଙ୍କୁ ଗିରଫ କରାଯିବା ପାଇଁ ଦାବି କରିବା ସହିତ ଏହି ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ।

ଦ୍ୱାରସେହ୍ନି ମନ୍ଦିର ଠାରୁ ପାରମ୍ପରିକ ଡାକା ବାଦ୍ୟରେ ଏକ ବିଶାଳ ଶୋଭାଯାତ୍ରାରେ ଶତାଧିକ କନ୍ଧ ସମାଜ ଯୁବ ସଂଗଠନ ର କାର୍ଯ୍ୟକର୍ତା ଥାନା ସମ୍ମୁଖରେ ପହଞ୍ଚିଥିଲେ ।ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋତି ଭୋଇଙ୍କୁ ନିର୍ଦ୍ଦୋଶ ରେ ଖଲାସ କରିବାକୁ ଦାବି କରିଥିଲେ । ମୋତି ଭୋଇଙ୍କ ପରିବାରକୁ ମାନସିକ ଶାରୀରିକ ନିର୍ୟାତନା ଦେଇଥିବା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାଏକ କଣ୍ଟାବାଞ୍ଜି ଥାନା ଅଧିକାରୀ ସତ୍ୟଜିତ କାଣ୍ଡେଲକରଙ୍କୁ ବହିଷ୍କାର କରିବା ପାଇଁ ଦାବି କରିଥିଲେ ।

ମଞ୍ଜୁଦେବୀ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି କରିବା ସହିତ ନିର୍ଦ୍ଦୋଷ ମୋତି ଭୋଇଙ୍କୁ ଖଲାସ ପାଇଁ ଦାବି କରିଥିଲେ । ଜିଲା କନ୍ଧ ସମାଜ ଯୁବ ସଂଗଠନର ସଭାପତି ସୁରେଶ ଭୋଇଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ପହଁଚି ଥାନା ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।୫ ଦିନ ମଧ୍ୟରେ ଦାବି ପୂରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର