Masthead

ରାଜ୍ୟର ସବୁ ଏସ୍‌ପି ଅଫିସ୍ ଘେରିବ ବିଜେପି ଯୁବ ମୋର୍ଚ୍ଚା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ପ୍ରସଙ୍ଗରେ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ଈରାଶିଷ ଆଚାର୍ଯ୍ୟଙ୍କ ସାମ୍ବାଦିକ ସମ୍ମିଳନୀ ।  ଅକ୍ଟୋବର ୨୬ ଏବଂ ୨୭ ତାରିଖରେ ରାଜ୍ୟର ସବୁ ଏସ୍‌ପି ଅଫିସ୍ ଘେରାଉ କରିବ ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା । ବାରମ୍ବାର ସରକାରଙ୍କୁ ଚେତେଇ ଦେବା ସତ୍ତ୍ବେ କୌଣସି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଉନାହାନ୍ତି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତଦନ୍ତ ପରିସରକୁ ଅଣାଯାଉନାହିଁ ।

ମମିତା ମେହେରଙ୍କ ବାପା-ମା’ ବାରମ୍ବାର ଅଭିଯୋଗ କରିବା ସତ୍ତ୍ବେ କାହିଁକି ମନ୍ତ୍ରୀଙ୍କୁ ତଦନ୍ତ ପରିସରକୁ ଅଣାଯାଉନାହିଁ ବୋଲି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ସଭାପତି ପ୍ରଶ୍ନ କରିଛନ୍ତି । ଯେ ପର୍ଯ୍ୟନ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କୁ ବହିଷ୍କାର କରାଯିବା ସହ ତାଙ୍କୁ ଗିରଫ କରାଯାଇନାହିଁ ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ । ଏହାସହ ଘଟଣାର ସିବିଆଇ ତଦନ୍ତର ଦାବି କରିଛି ଯୁବ ମୋର୍ଚ୍ଚା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା