Masthead

BSFର ସୀମା ବୃଦ୍ଧି ନିୟମ ବିରୋଧରେ ଚନ୍ନୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ bsfର ସୀମା ବୃଦ୍ଧି ନିୟମକୁ ବାରମ୍ବାର କଂଗ୍ରେସ ବିରୋଧ କରିବାରେ ଲାଗିଛି । ଏହା ମଧ୍ୟରେ ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଏହାକୁ ବିରୋଧ କରୁଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ପଞ୍ଜାବ କଂଗ୍ରେସ ମୁଖ୍ୟ ନବୋଜିତ ସିଂ ସିଦ୍ଧୁ ମଧ୍ୟ ସ୍ୱର ମିଳାଇଛନ୍ତି। କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଚରଣଜିତ ସିଂ କହିଛନ୍ତି ଯେ, ଏହା ହେଉଛି ସଂଘୀୟ ବ୍ୟବସ୍ଥା ଉପରେ ଆକ୍ରମଣ। ସେହିପରି ସିଦ୍ଧୁ ମଧ୍ୟ ସମାନ ଅଭିଯୋଗ ଆଣି ଦେଶର ସଂଘୀୟ ବ୍ୟବସ୍ଥାକୁ ଦୁର୍ବଳ କରାଯାଉଛି ବୋଲି ସେ ଅଭିଯୋଗ ଆଣିଛନ୍ତି। ଉଭୟେ ଏକ ସାମ୍ବାଦିକ ସମ୍ମିଳନୀ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିଲେ।

ସିଦ୍ଧୁ କହିଥିଲେ ଯେ, ଦେଶ ଭିତରେ ଆଉ ଗୋଟିଏ ଦେଶ ଭଳି ପରିସ୍ଥିତି ସୃଷ୍ଟି କରାଯାଉଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ଏ ବାବଦରେ ସେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ଆବେଦନ କରିଛନ୍ତି। ହେଲେ ପ୍ରଧାନମନ୍ତ୍ରୀ କୌଣସି ଉତ୍ତର ଦେଉ ନଥିବା ସେ ଅଭିଯୋଗ କରିଛନ୍ତି। ଏହି ଅବସରରେ ଏକ ବିଏସଏଫର ଅଧିକାର ବୃଦ୍ଧିକୁ ନେଇ କେନ୍ଦ୍ରର ନିଷ୍ପତ୍ତିକୁ ପ୍ରତ୍ୟାଖ୍ୟାନ କରାଯାଇଥିବା ସର୍ବଦଳୀୟ ପ୍ରସ୍ତାବ ପାରିତ ହୋଇଥିଲା। ଯଦି କେନ୍ଦ୍ର କୌଣସି ଧ୍ୟାନ ନଦିଏ ତେବେ ୧୦ରୁ ୧୫ ଦିନ ମଧ୍ୟରେ ଏହି ପ୍ରସଙ୍ଗରେ ବିଧାନ ସଭାରେ ଏକ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ ଡକାଯିବ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ