Masthead

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲା । ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସାରା ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରିବାକୁ ନିଷ୍ପତ୍ତି ନେଇଛି ବିଜେପି। ମମିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦାବି ହୋଇଛି। ଆଜି ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଦେଖିବାକୁ ମିଳିଛି।

ଏହି ବନ୍ଦରୁ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। ଏହି ବନ୍ଦକୁ ଲୋକେ ସମର୍ଥନ ଦେଉଥିବା ବିଜେପି କର୍ମୀମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯଦି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରନ୍ତି, ତେବେ ପ୍ରତିବାଦକୁ ଆହୁରି ତୀବ୍ରତର କରାଯିବ ବୋଲି ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ