Masthead

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ନବୀନ ନିବାସ ଘେରାଉ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗି ସ୍କୁଲର ଅଧ୍ୟାପିକା ମମିତା ମେହେର ହତ୍ୟା ଘଟଣାରେ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ନବୀନ ନିବାସ ଘେରାଉ କରିବାକୁ ଉଦ୍ୟମ କରୁଛି ଛାତ୍ର କଂଗ୍ରେସ । ଆନ୍ଦୋଳନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ନବୀନ ନିବାସକୁ ଥିବା ସମସ୍ତ ରାସ୍ତାକୁ ସିଲ କରାଯାଇଛି । ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି ।

ସେପଟେ ମମିତାଙ୍କ ପରିବାରକୁ ଭେଟିଛନ୍ତି ବିଜେପିର ଏକ ପ୍ରତିନିଧି ଦଳ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ୧୫ ଜଣିଆ ପ୍ରତିନିଧି ଦଳ ମମିତାଙ୍କ ପରିବାରକୁ ଭେଟିଛନ୍ତି । ଏହାପରେ ସ୍ଥାନୀୟ ଲୋକ ଓ ପୁଲିସ ପ୍ରଶାସନ ସହ ମମିତା ମୃତ୍ୟୁ ଘଟଣା ଓ କଲେଜ କେଳେଙ୍କାରୀ ଘଟଣା ଉପରେ ଆଲୋଚନା କରିଛନ୍ତି ।

ଏହାପରେ ମହାଲିଙ୍ଗ କଲେଜ ଓ ମୃତଦେହ ଉଦ୍ଧାର ହୋଇଥିବା ଷ୍ଟାଡିୟମକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସମୀର ମହାନ୍ତିଙ୍କ ନେତୃତ୍ୱରେ ବଲାଙ୍ଗିର ଯାଇଥିବା ପ୍ରତିନିଧି ଦଳରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର, ବିଧାୟକ ମୋହନ ମାଝୀ , ବିଧାୟକ ମୁକେଶ ମହାଲିଙ୍ଗଙ୍କ ସମେତ ଦଳର ବରିଷ୍ଠ ନେତା ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍