Masthead

ବିନାଦର୍ଶକରେ ଖେଳାଯିବ ଜୁନିୟର ହକି ବିଶ୍ୱକପ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ନଭେମ୍ବର ୨୪ ତାରିଖରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବାକୁ ଯାଉଛି ପୁରୁଷ ଜୁନିୟର ହକି ବିଶ୍ୱକପ । ତେବେ ଏହି ବିଶ୍ୱକପ ଦର୍ଶକ ବିନା ଖେଳାଯିବ । ଏ ନେଇ ହକି ଇଣ୍ଡିଆ ଓ ଅନ୍ତର୍ଜାତୀୟ ହକି ଫେଡେରେସନ ମିଳିତ ଭାବେ ନିଷ୍ପତି ନେଇଛନ୍ତି । ସବୁ ମ୍ୟାଚ ବିନା ଦର୍ଶକରେ ଖେଳାଯିବ । ଏ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ତ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ , ଗୃହ ମନ୍ତ୍ରୀଳ, ଯୁବ ଓ କ୍ରିଡ଼ା ବ୍ୟାପାର ମନ୍ତ୍ରାଳୟ, ଏଫଆଇଚ୍ ଓ ହକି ଇଣ୍ଡିଆ କୋଭିଡ ଗାଇଡଲାଇନ ଓ ପ୍ରୋଟୋକଲକୁ ଦୃଷ୍ଟିରେ ରଖି ଦର୍ଶକଙ୍କ ବିନା ମ୍ୟାଚ କରାଇବାକୁ ମିଳିତ ଭାବେ ନିଷ୍ପତ୍ତି ନେଇଛନ୍ତି ।

ତେବେ ଭାଗ ନେଉଥିବା ଟିମ ଗୁଡିକ ହେଲା ଆୟୋଜକ ଭାରତ, ଆର୍ଜେଣ୍ଟିନା, ବେଲଜିୟମ, କାନାଡା, ଚିଲି, ଇଜିପ୍ଟ ,ଫ୍ରାନ୍ସ, ଜର୍ମାନୀ, କୋରିଆ, ମାଲେସିୟା, ପାକିସ୍ତାନ, ପୋଲାଣ୍ଡ ଦକ୍ଷିଣ ଆଫ୍ରିକା, ସ୍ପେନ, ନେଦରଲ୍ୟାଣ୍ଡସ୍ ଓ ଆମେରିକା । ପାଞ୍ଚ ଦିନିଆ ଫୁଲ ଷ୍ଟେଜ ମ୍ୟାଚ ପରେ ନଭେମ୍ବର ୩୦ ତାରିଖରୁ କ୍ଲାସିଫିକେସନ ମ୍ୟାଚ ଖେଳାଯିବ । ଏହା ପରେ ଡିସେମ୍ବର ୧ରେ କ୍ୱାର୍ଟରଫାଇନାଲ, ସେମିଫାଇନାଲ ମ୍ୟାଚ ଡିସେମ୍ବର ୩ରେ ଏବଂ ଫାଇନାଲ ଡିସେମ୍ବର ୫ ତାରିଖରେ ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼