Masthead

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା

ଲୋଇସିଂହା (ବଡ଼ ଖବର ବ୍ୟୁରୋ): କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା । ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ଼ ସକମାରେ ଥିବା ଘରୋଇ କଲେଜ ହଷ୍ଟେଲରେ ଜନୈକା ଛାତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତ ଛାତ୍ରୀଙ୍କ ନାମ ଆଶା ମେହେର । ସେ ଯୁକ୍ତ ୨ ବିଜ୍ଞାନ ଦ୍ଵିତୀୟ ବର୍ଷର ଛାତ୍ରୀ ଥିଲେ । ହଷ୍ଟେଲରେ ଥିବା ସିଲିଂ ଫ୍ୟାନରେ ସେ ଓଢଣୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି ।

ତାଙ୍କ ଘର ବରଗଡ଼ ଜିଲ୍ଲା ବୁଡେନ ଥାନା ଦହିତା ଗ୍ରାମରେ । ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଠାରୁ ସୂଚନା ପାଇ ଲୋଇସିଂହା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତା ଛାତ୍ରୀଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!