Masthead

କୋଭାକ୍ସିନକୁ ମିଳିଲାନି ଗ୍ରୀନ ସିଗନାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭାକ୍ସିନକୁ ଝଟକା । ଜରୁରୀକାଳୀନ ଅନୁମତି ପାଇଁ  ଡବ୍ଲୁଏଚଓର ଗ୍ରୀନ ସିଗନାଲ ମିଳିନାହିଁ । ଗତକାଲି ଏ ନେଇ ଡବ୍ଲୁଏଚଓ ଟେକ୍ନିକାଲ୍ ଟିମର ବୈଠକ ବସିଥିଲା । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ସମସ୍ତ ରିପୋର୍ଟକୁ ନେଇ ତଜର୍ମା କରିଥିଲା ଟେକ୍ନିକାଲ୍ ଟିମ । ଏହି ଅବସରରେ ବରିଷ୍ଠ ବୈଜ୍ଞାନିକମାନେ ସମସ୍ତ ଦିଗକୁ ତଜର୍ମା କରିବା ପରେ ଭାରତ ବାୟୋଟେକକୁ ଅତିରିକ୍ତ ସ୍ପଷ୍ଟୀକରଣ ମାଗିଛନ୍ତି ।

ନଭେମ୍ବର ତିନି ତାରିଖରେ ଏନେଇ ପରବର୍ତ୍ତୀ ବୈଠକ ବସିବ। ଏଥିରେ କୋଭାକସିନକୁ ନେଇ ଆଲୋଚନା କରିବ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ । ସାରା ବିଶ୍ୱରେ କରୋନା ଭୂତାଣୁକୁ ମାତ୍‌ ଦେବା ପାଇଁ ଡବ୍ଲୁଏଚଓ ବର୍ତ୍ତମାନ ଯାଏ ୭ଟି ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଛି। ଏଥିରେ ମଡେର୍ଣ୍ଣା, ଫାଇଜର, ଜନ୍‌ସନ ଆଣ୍ଡ ଜନ୍‌ସନ, ଆଷ୍ଟ୍ରାଜେନେକା, କୋଭିସିଲ୍ଟ, ସିନୋଫୋର୍ସ ଏବଂ ସିନୋବ୍ୟାକ୍‌ ଟିକା ସାମିଲ ଅଛି। ତେବେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏଯାଏଁ ଭରତ ବାୟୋଟେକର କୋଭାକ୍ସିନ ବ୍ୟବହାରକୁ ଆନୁଷ୍ଠାନିକ ଅନୁମୋଦନ ଦେଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ