Masthead

କୋଭାକ୍ସିନକୁ ମିଳିଲାନି ଗ୍ରୀନ ସିଗନାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରୋନା ଟିକା କୋଭାକ୍ସିନକୁ ଝଟକା । ଜରୁରୀକାଳୀନ ଅନୁମତି ପାଇଁ  ଡବ୍ଲୁଏଚଓର ଗ୍ରୀନ ସିଗନାଲ ମିଳିନାହିଁ । ଗତକାଲି ଏ ନେଇ ଡବ୍ଲୁଏଚଓ ଟେକ୍ନିକାଲ୍ ଟିମର ବୈଠକ ବସିଥିଲା । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନର ସମସ୍ତ ରିପୋର୍ଟକୁ ନେଇ ତଜର୍ମା କରିଥିଲା ଟେକ୍ନିକାଲ୍ ଟିମ । ଏହି ଅବସରରେ ବରିଷ୍ଠ ବୈଜ୍ଞାନିକମାନେ ସମସ୍ତ ଦିଗକୁ ତଜର୍ମା କରିବା ପରେ ଭାରତ ବାୟୋଟେକକୁ ଅତିରିକ୍ତ ସ୍ପଷ୍ଟୀକରଣ ମାଗିଛନ୍ତି ।

ନଭେମ୍ବର ତିନି ତାରିଖରେ ଏନେଇ ପରବର୍ତ୍ତୀ ବୈଠକ ବସିବ। ଏଥିରେ କୋଭାକସିନକୁ ନେଇ ଆଲୋଚନା କରିବ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ । ସାରା ବିଶ୍ୱରେ କରୋନା ଭୂତାଣୁକୁ ମାତ୍‌ ଦେବା ପାଇଁ ଡବ୍ଲୁଏଚଓ ବର୍ତ୍ତମାନ ଯାଏ ୭ଟି ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ ଦେଇଛି। ଏଥିରେ ମଡେର୍ଣ୍ଣା, ଫାଇଜର, ଜନ୍‌ସନ ଆଣ୍ଡ ଜନ୍‌ସନ, ଆଷ୍ଟ୍ରାଜେନେକା, କୋଭିସିଲ୍ଟ, ସିନୋଫୋର୍ସ ଏବଂ ସିନୋବ୍ୟାକ୍‌ ଟିକା ସାମିଲ ଅଛି। ତେବେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏଯାଏଁ ଭରତ ବାୟୋଟେକର କୋଭାକ୍ସିନ ବ୍ୟବହାରକୁ ଆନୁଷ୍ଠାନିକ ଅନୁମୋଦନ ଦେଇନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା