Masthead

ସାକ୍ଷୀଙ୍କୁ ସୁରକ୍ଷା ଦିଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲଖିମପୁର ଖେରି ହିଂସା ମାମଲାରେ ଉତ୍ତରପ୍ରଦେଶ ସରକାରଙ୍କୁ ଦୋଷାରୋପ କରିଛନ୍ତି ସର୍ବୋଚ୍ଚ ଅଦାଲତ । ହିଂସାକାଣ୍ଡବେଳେ ହଜାରରୁ ଅଧିକ ଲୋକ ଉପସ୍ଥିତ ଥିବାବେଳେ ପ୍ରତ୍ୟକ୍ଷଦର୍ଶୀ ସାକ୍ଷୀ ଭାବେ ମାତ୍ର ୨୩ ଜଣ ମିଳିବା ଘଟଣାକୁ ନାପସନ୍ଦ କରିଛନ୍ତି ସୁପ୍ରିମକୋର୍ଟ ।

ଆଜି ଉତ୍ତର ପ୍ରଦେଶ ସରକାରଙ୍କୁ ସାକ୍ଷୀଙ୍କୁ ସୁରକ୍ଷା ଦେବାଲାଗି ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଏନ ଭି ରମଣାଙ୍କ ନେତୃତ୍ବରେ ଗଠିତ ଖଣ୍ଡପୀଠ ଉତ୍ତର ପ୍ରଦେଶ ସରକାରଙ୍କୁ ଏହା ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ, ସାକ୍ଷୀମାନଙ୍କର ବୟାନ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ନିକଟରେ ସିଆରପିସିର ଧାରା ୧୬୪ରେ ରେକର୍ଡ କରାଅ।

କେତେକ ସାକ୍ଷୀଙ୍କ ବୟାନ ଏପର୍ଯ୍ୟନ୍ତ ରେକର୍ଡ କରାଯାଇ ନାହିଁ ବୋଲି ୟୁପି ସରକାରଙ୍କ ପକ୍ଷରୁ କୁହାଯିବା ପରେ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ୬୮ ଜଣ ସାକ୍ଷୀଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୩ ଜଣଙ୍କର ବୟାନ ରେକର୍ଡ ହୋଇଛି। ଏଥିସହିତ ଖଣ୍ଡପୀଠ ଜିଲ୍ଲା ଜଜ୍‌ଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସାକ୍ଷୀଙ୍କ ବୟାନ ରେକର୍ଡ ପାଇଁ ନିକଟରେ ଉପଲବ୍ଧ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ଦେବାକୁ ଉକ୍ତ ନିର୍ଦ୍ଦେଶରେ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ