Masthead

ଜାହିର ଖାନ @ ୪୨

ମୁମ୍ବାଇ, (ବଡ଼ ଖବର ବ୍ୟୁରୋ): ୪୨ ବର୍ଷରେ ପଦାର୍ପଣ କରିଛନ୍ତି ଭାରତର ପୂର୍ବତ୍ତନ ବାମହାତୀ ଦ୍ରୁତ ବୋଲର ତଥା ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ ଜାହିର ଖାନ। ସେ ୧୯୭୮ ମସିହା ଅକ୍ଟୋବର ୭ରେ ମହାରାଷ୍ଟ୍ରର ଶ୍ରୀରାମପୁରରେ ଜନ୍ମଗ୍ରହଣ କରିଥିଲେ। ୧୯୯୬ରେ ବରୋଦାରୁ ନିଜର ଘରୋଇ କ୍ରିକେଟ୍ କ୍ୟାରିୟର ଆରମ୍ଭ କରିଥିଲେ। ଜାହିର ୨୦୦୦ ଅକ୍ଟୋବର ୩ରେ କେନିଆ ବିପକ୍ଷରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରି ଦିନିକିଆ ଦଳରେ ପ୍ରଥମଥର ସ୍ଥାନ ପାଇ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ସେହି ବର୍ଷ ନଭେମ୍ବର ୧୦ରେ ବାଙ୍ଗାଲାଦେଶ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ସେହିପରି ୨୦୦୬ ଡିସେମ୍ବର ୧ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳିଥିଲେ। ୨୦୧୧ ଦିନିକିଆ ବିଶ୍ୱକପ ବିଜୟୀ ଦଳର ସେ ଜଣେ ପ୍ରମୁଖ ସଦସ୍ୟ ଥିଲେ। ୨୦୧୧ ବିଶ୍ୱକପରେ ସର୍ବାଧିକ ୱିକେଟ୍ ନେଇଥିବା ବୋଲର ଥିଲେ ଜାହିର। ସେ ୯ଟି ମ୍ୟାଚରେ ୨୧ ୱିକେଟ୍ ନେଇଥିଲେ। ନିଜ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରରେ ଜାହିର ଟେଷ୍ଟରେ ୩୧୧ ଓ ଦିନିକିଆରେ ୨୮୨ ୱିକେଟ୍ ଅକ୍ତିଆର କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଜାହିର ଖାନ ପ୍ରଥମ ବୋଲର ଥିଲେ ଯିଏ ନକଲ୍ ବଲର ପ୍ରଥମ ପ୍ରୟୋଗ କରିଥିଲେ। ୨୦୧୧ ବିଶ୍ୱକପରେ ନକଲ୍ ବଲର ପ୍ରଥମ ପ୍ରୟୋଗ କରିଥିଲେ। ଅନ୍ତର୍ଜାତୀୟ ମ୍ୟାଚ ବ୍ୟତୀତ ସେ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଦିଲ୍ଲୀ ଡେୟାର ଡେଭିଲ୍ସ ପକ୍ଷରୁ ଖେଳିଥିଲେ। ଜାହିର ୨୦୧୫ ଅକ୍ଟୋବର ୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଥିଲେ।

ଆଜି ଜାହିରଙ୍କ ଜନ୍ମଦିନରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସମେତ ବହୁ କ୍ରିକେଟର ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି