Masthead

ପ୍ରଧାନମନ୍ତ୍ରୀଙ୍କ ରାଲିରେ ବିସ୍ଫୋରଣ ଘଟଣା; ୯ ଦୋଷୀ, ୧ରେ ଦଣ୍ଡ ଶୁଣାଣି

(ବଡ଼ ଖବର ବ୍ୟୁରୋ):  ପାଟନାର ଗାନ୍ଧି ମଇଦାନରେ ୮ ବର୍ଷ ତଳେ ପ୍ରଧାନମନ୍ତ୍ରୀଙ୍କ ରାଲିରେ ହୋଇଥିବା ବଷ୍ଫୋରଣ ମାମଲାରେ ୯ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ଦୋଷମୁକ୍ତ କରାଯାଇଛି । ତେବେ ଆସନ୍ତା ନଭେମ୍ବର ୧ ତାରିଖରେ କୋର୍ଟ ଦୋଷୀଙ୍କ ବିରୋଧରେ ଦଣ୍ଡ ଶୁଣାଇବେ ।

ସୂଚନା ଅନୁଯାୟୀ, ୨୩ ଅକ୍ଟୋବର ୨୭ ତାରିଖରେ ଗାନ୍ଧୀ ମଇଦାନରେ ବିଜେପିର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନରେନ୍ଦ୍ର ମୋଦିଙ୍କ ହୁଙ୍କାର ରାଲିରେ ସିରିଜ ବୋମା ମାଡ ହୋଇଥିଲା । ତେବେ ଏହି ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮୯ ଜଣ ଆହତ ହୋଇଥିଲେ । ସେତେବଳେ ଏହି ଘଟଣାରେ ଏନଆଇଏ ୧୦ ଜଣଙ୍କୁ ଗିରଫ କରିଥିଲା । ତେବେ ସମସ୍ତ ଅଭିଯୁକ୍ତଙ୍କୁ ବେୟୁର ଜେଲରେ କଡା ସୁରକ୍ଷା ମଧ୍ୟରେ ରଖାଯାଇଛି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ବୋଧଗୟା ବିସ୍ଫୋରଣ ମାମଲାରେ ୫ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ