Masthead

କାଲିଠୁ ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରସ୍ଥଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୯ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କେତେକ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିଯୋଗୁ ଆସନ୍ତା ୨୯ରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍‌ କମିପାରେ । ଏହା ପ୍ରଭାବରେ ଥଣ୍ଡା ପ୍ରକୋପ ସାମାନ୍ୟ ବଢ଼ିବ । ଏଭଳି ପୂର୍ବାନୁମାନ କରିଛନ୍ତି କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ । ତାମିଲନାଡ଼ୁ ଓ ସଂଲଗ୍ନ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହୋଇପାରେ । ଏହାର ପ୍ରଭାବରେ ନଭେମ୍ବର ୪ ଓ ୫ରେ ଉପକୂଳ ଜିଲ୍ଲାରେ ମେଘୁଆ ପାଗ ସହିତ ହାଲୁକା ବର୍ଷା ସମ୍ଭାବନା ଅଛି । ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ାର ସମୁଦ୍ର ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବ । ଉପକୂଳ ସଂଲଗ୍ନ ଜିଲ୍ଲାର ପାଗ ଆଂଶିକ ମେଘୁଆ ହେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍