Masthead

ମମିତାଙ୍କ ପରିବାରକୁ ଭେଟିବ କଂଗ୍ରେସ ଟିମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଥମୁନି ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି । ମମିତା ମେହେରଙ୍କ ହତ୍ୟାକାଣ୍ଡରେ ମନ୍ତ୍ରୀଙ୍କ ଭୂମିକା ସନ୍ଦେହପୂର୍ଣ୍ଣ ରହିଥିବା ଅଭିଯୋଗ କରି ତାଙ୍କ ବହିଷ୍କାର ଓ ଗିରଫ ଦାବିରେ, ବିରୋଧୀ ସପ୍ତାହେ ହେଲା ଆନ୍ଦୋଳନ, ପ୍ରତିବାଦ ଚଳାଇ ଆସିଛନ୍ତି । ତେବେ ଏହି କ୍ରମରେ ଆଜି କଂଗ୍ରେସର ଏକ ପ୍ରତିନିଧି ଦଳ ବଲାଙ୍ଗିର ଗସ୍ତ କରିବେ । ଓଡିଶା ପ୍ରଭାରୀ ଡ. ଏ ଚେଲ୍ଲାକୁମାର ଓ ସାଧାରଣ ସମ୍ପାଦକ ରଣଦୀପ ସୁର୍ଯେୱାଲା ବଲାଙ୍ଗିର ଯିବେ ।

ନରସିଂହ ମିଶ୍ରଙ୍କ ସହ ଦୁଇ ନେତା ମମିତାଙ୍କ ପରିବାର ଲୋକଙ୍କୁ ଭେଟିବେ । ସେପଟେ ମମିତା ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ। ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଏହି ବନ୍ଦ ଡାକରା ଦେଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଚକ ଅଖ ବନ୍ଦ ରହିବ। ଏଥିସହ ଦୋକାନ ବଜାର ମଧ୍ୟ ବନ୍ଦ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ