Masthead

କେବେ ଖୋଲିବ ତାଲା

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଆସିକା ବିଜୁ ପଟ୍ଟନାୟକ ଛକ ନିକଟରେ ଥିବା ଯାତ୍ରୀ ବିଶ୍ରାମାଗାରକୁ କୋଭିଡ୍ ନିୟନ୍ତ୍ରଣ ଗୃହ କରାଯାଇଥିଲା । କଟକଣା ଧୀରେ ଧୀରେ କୋହଳ ହେବାରେ ଲାଗିଛି । ବସ୍ ଚଳାଚଳ ହେବା ପରେ ଯାତ୍ରୀଙ୍କ ଭିଡ଼ ମଧ୍ୟ ବଢ଼ିବାରେ ଲାଗିଛି । ବିଶ୍ରାମାଗାର ଖୋଲା ନଥିବାରୁ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଦୂରଦୁରାନ୍ତରୁ ଆସିଥିବା ଯାତ୍ରୀମାନେ ଖୋଲା ଆକାଶ ତଳେ ଛିଡ଼ା ହେଉଛନ୍ତି । ବର୍ଷା ହେଲେ ଭିଜୁଛନ୍ତି ଯାତ୍ରୀ । କୋଭିଡ୍ ନିୟନ୍ତ୍ରଣ ଗୃହର କାର୍ଯ୍ୟ ଦୀର୍ଘଦିନ ହେବ ଏଠାରେ ବନ୍ଦ ରହିଛି । ତାଲା ପଡ଼ିରହିଥିବା ଯାତ୍ରୀ ବିଶ୍ରାମାଗାରର ସାନିଟାଇଜ୍ ଏଯାବତ କରାଯାଇ ନାହିଁ । ଯାତ୍ରୀଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ କେବେ ଖୋଲିବ ତାଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ