Masthead

ଖାଉଟିଙ୍କ ଉପରେ ମହଙ୍ଗା ମାଡ଼, ପୁଣି ବଢିଲା ତେଲ ଦର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ପେଟ୍ରୋଲ ଦରରେ ଲାଗିଲା ନିଆଁ । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ଲଗାତର ତୃତୀୟ ଦିନ ପାଇଁ ପେଟ୍ରୋଲ ଓ ଡିଜେଲ ଦର ବଢିଛି । ଲଗାତର ଦର ବୃଦ୍ଧି ଯୋଗୁ ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୧୧୦ ମୁହାଁ ହୋଇଛି । ଏବେ ଭୁବନେଶ୍ୱରରେ ପେଟ୍ରୋଲ ଦର ରହିଛି ୧୦୯ ଟଙ୍କା ୬୧ ପଇସା । ସେହିପରି ଡିଜେଲ ଦର ୧୦୬ ଟଙ୍କା ୨୨ ପଇସାରେ ପହଂଚିଛି ।

ରାଜ୍ୟର ମାଲକାନଗିରି ଜିଲ୍ଲାରେ ପେଟ୍ରୋଲ ଦର ସର୍ବାଧିକ ରହିଛି । କାଲିମେଳାରେ ଲିଟର ପ୍ରତି ଦର ୧୧୬ ଟଙ୍କା ହୋଇଛି । ଡିଜେଲ ଦର ମଧ୍ୟ ୧୧୨ଟଙ୍କା ଉପରେ ରହିଛି । ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୮.୬୪ ଓ ଡିଜେଲ୍‌ ଲିଟର୍‌ପିଛା ଟ. ୯୭.୩୭ରେ ବିକ୍ରୟ ହେଉଛି । ମୁମ୍ବାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୧୪.୪୭ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୫.୪୯ରେ ବିକ୍ରୟ ହେଉଛି । ଚେନ୍ନାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୫.୪୩ରେ କିଣା ଯାଉଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୧.୫୯ରେ କିଣା ଯାଉଛି । କୋଲ୍‌କାତାରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୯.୧୨ ଥିବା ବେଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୦.୪୯ରେ ବିକ୍ରୟ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ