Masthead

ମିଶ୍ରଣ ପର୍ବରେ ଅସନ୍ତୁଷ୍ଟଙ୍କ ହଙ୍ଗାମା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ) : ତିର୍ତ୍ତୋଲ ଉପନିର୍ବାଚନ ଉପଲକ୍ଷେ ତିର୍ତ୍ତୋଲ ବ୍ଲକ ଆନନ୍ଦ ମଣ୍ଡପ ଠାରେ ବିଜେପି ପକ୍ଷରୁ ଦଳୀୟ କାର୍ୟ୍ୟାଳୟ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ରାଜ୍ୟ ବିଜେପି ଉପସଭାପତି ଭୃଗୁ ବକ୍ସିପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦଳୀୟ କାର୍ୟ୍ୟାଳୟ ଉଦଘାଟନ କରିଥିଲେ । ଜିଲ୍ଲା ବିଜେପି ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଜିଲ୍ଲା ପ୍ରଭାରୀ ଶାରଦା ପ୍ରଧାନ, କଟକ ସଦର ବିଜେପି ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ମଲ୍ଲିକ, ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ୟ୍ୟକ୍ରମରେ ଦଳୀୟ କାର୍ୟ୍ୟଳୟ ଉଦଘାଟନ ହେବା ସହିତ ଏକ ମିଶ୍ରଣ ପର୍ବର ଆୟୋଜନ କରାଯାଇଥିଲା ।

ଏହି ମିଶ୍ରଣ ପର୍ବରେ ବିରିତୋଳ ସରପଞ୍ଚ ତଥା ପୁର୍ଵତନ ତିର୍ତ୍ତୋଲ ପଞ୍ଚାୟତ ସମିତି ଉପାଧ୍ୟକ୍ଷା ରୁକସାନା ବେଗମଙ୍କ ସହ ବହୁ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଥିଲେ । ବିଜେପି ସରକାର ସାଧାରଣ ଲୋକଙ୍କ ପାଖରେ ରହିଛି । ରାଜ୍ୟରେ ଶାସନ କରୁଥିବା ବିଜେଡି ପ୍ରତି ଲୋକମାନଙ୍କ ଭରସା ତୁଟିଯାଇଛି । ଆଗାମୀ ଦିନରେ ତିର୍ତ୍ତୋଲ ଉପନିର୍ବାଚନରେ ଲୋକେ ବିଜେପିକୁ ବ୍ୟାପକ ସମର୍ଥନ ଦେବେ ବୋଲି କହିଛନ୍ତି ବିଜେପି ରାଜ୍ୟ ଉପସଭାପତି । ଏହା ସହିତ ଦଳ ପକ୍ଷରୁ ଆଗାମୀ ଦୁଇ ଦିନ ମଧ୍ୟରେ ପ୍ରାର୍ଥୀ ଘୋଷଣା କରାଯିବ ବୋଲି ମଧ୍ୟ କହିଥିଲେ ।

ଏହି ସମୟରେ ହଠାତ କିଛି ଅସନ୍ତୁଷ୍ଟ ବିଜେପି କର୍ମୀ ମଞ୍ଚ ସମ୍ମୁଖରେ ହଙ୍ଗାମା କରିଥିଲେ । ଦଳୀୟ ନେତା ମାନେ ତାଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଅନେକ ବର୍ଷ ଧରି ନିଃସ୍ଵାର୍ଥପର ଭାବେ ଦଳପାଇଁ କାର୍ୟ୍ୟ କରିଥିଲେ ମଧ୍ୟ ତାଙ୍କୁ କଣ ପାଇଁ ଅଣଦେଖା କରାଯାଇଛି ବୋଲି ନାରା ଦେଇଥିଲେ । ଫଳରେ କିଛି ସମୟ ପାଇଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା