Masthead

ଦୀପାବଳି ପରେ ଖୋଲିପାରେ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ସ୍କୁଲ । ଦୀପାବଳି ପରେ ଯେକୌଣସି ସମୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ ରାଜ୍ୟ ସରକାର । ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, କରୋନାର ତୃତୀୟ ଲହର ଆସିବା ସମ୍ଭାବନା କମୁଛି । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଚାଲିଛି । ତେଣୁ ପ୍ରତମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଯେକୌଣସି ସମୟରେ ଖୋଲିପାରେ । ଏନେଇ ସରକାର ତୁରନ୍ତ ନିଷ୍ପତ୍ତି ନେବେ ।

ତେବେ ଏକକାଳୀନ ଭାବେ ପ୍ରଥମରୁ ସପ୍ତମ ଶ୍ରେଣୀ ଖୋଲିବା ଠିକ ହେବନି । ତେଣୁ ପର୍ଯ୍ୟାୟ କ୍ରମେ ଶ୍ରେଣୀ ଖୋଲିବାକୁ ସରକାର ନିଷ୍ପତ୍ତି ନେଇପାରନ୍ତି । ତେବେ ବର୍ତ୍ତମାନ ରାଜ୍ୟରେ ଅଷ୍ୟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସ୍କୁଲରେ ପାଠ ପଢ଼ାଯାଉଛି । ଡିଗ୍ରୀ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ମଧ୍ୟ ଶ୍ରେଣୀରେ ପାଠ ପଢ଼ାଯାଉଛି । ନଭେମ୍ବର ପହିଲାରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶ୍ରେଣୀରେ ଆରମ୍ଭ ହେବ । ଏହାଛଡ଼ା ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷର ପାଠପଢ଼ା ମଧ୍ୟ ଶ୍ରେଣୀ ଗୃହରେ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼