Masthead

ଆଜିଠୁ ପୁରୀବାସୀଙ୍କ ପାଇଁ ପଶ୍ଚିମଦ୍ୱାର

ପୁରୀ (ବଡ଼ ଖବର ବ୍ୟୁରୋ) : ଅପେକ୍ଷାର ଘଟିଲା ଅନ୍ତ । ଆଜିଠୁ ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ ପୁରୀ ବାସିନ୍ଦା। ଏଥିପାଇଁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ସ୍ୱତନ୍ତ୍ର ବ୍ୟାରିକେଟ ଦେଇ ପୁରୀବାସୀ ପ୍ରବେଶ କରିପାରିବେ । ଏହା ସହ ଦୁଇଟି କିଓସ୍କ କରାଯାଇଛି। ସ୍ୱତନ୍ତ୍ର ଧାଡିରେ ପୁରୀ ବାସିନ୍ଦା ସାତ ପାହାଚ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ଏହା ସହିତ ମଧ୍ୟ ଡବଲ ଡୋଜ କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇବାକୁ ପଡ଼ିବ।

ଦର୍ଶନ ପରେ ଉତ୍ତର କିମ୍ବା ଦକ୍ଷିଣ ଦ୍ୱାର ଦେଇ ବାହାରକୁ ବାହାରିପାରିବେ। ବୈଠକରେ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‌ପି କେ. ଵିଶାଲ ସିଂ, ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ବୈଠକରେ ଉପସ୍ଥିତ ଥିଲେ। ଶେଷରେ ଆଜି ଠାରୁ ପୁରୀ ବାସିନ୍ଦା ପଶ୍ଚିମଦ୍ୱାର ଦେଇ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା