Masthead

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପନା ହେବ ବଜେଟ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଉପସ୍ଥାପନା ହେବ ଶ୍ରୀମନ୍ଦିର ବଜେଟ । ୨୦୨୧-୨୨ ଆର୍ଥିକ ବର୍ଷର ବଳକା ବଜେଟ ଉପସ୍ଥାପନା ହେବ । ଚଳିତ ଆର୍ଥିକ ବର୍ଷ ପାଇଁ ୧୯୦ କୋଟି ୨୬ ଲକ୍ଷର ବଳକା ବଜେଟ ଅଟକଳ କରାଯାଇଛି । ବଜେଟରେ କୋଭିଡ କାଳୀନ ଅତିରିକ୍ତ ଖର୍ଚ୍ଚ ଶ୍ରୀମନ୍ଦିର ପ୍ରଶାସନର ଆୟର ଉତ୍ସ ଏବଂ ବ୍ୟୟ ଅଟକଳ ଉପରେ ବିଶେଷ ଆଲୋଚନା କରାଯିବ ।

ଖଣି ଖାଦାନରୁ ୧୫ କୋଟି ଟଙ୍କା ଆୟ ରହିଛି । ପରିବେଶ ମଞ୍ଜୁରି ମିଳିଥିବାରୁ ଖଣିରୁ ଅଧିକ ଅର୍ଥ ମିଳିବା ଆଶା । ଏବଂ ସେବାୟତ, ବରିଷ୍ଠ ଅଧିକାରୀ ଓ ଜେଟିପିଙ୍କ ଡ୍ରେସକୋଡ୍ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ । ସେବାୟତମାନେ ପାଟ ମକୁଟ ପରିଧାନ କରିବେ।

ମୁଖ୍ୟ ପ୍ରଶାସକ, ଉପମୁଖ୍ୟ ପ୍ରଶାସକ, ଏସପି, ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ ଆଦି ବରିଷ୍ଠ ଅଧିକାରୀମାନେ ଧଳା ପାଇଜାମା ଓ କୁର୍ତ୍ତା ପରିଧାନ କରି ଗର୍ଭଗୃହକୁ ପ୍ରବେଶ କରିବେ। ତେବେ ପରିଚାଳନା କମିଟି ବୈଠକରେ ଚୁଡାନ୍ତ ଡ୍ରେସକୋଡ ଉପରେ ଲାଗି ପାରେ ମୋହର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି