Masthead

ଘରେ ଘରେ ଟିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କମିବାରେ ଲାଗିଛି ସଂକ୍ରମଣ । ସଂକ୍ରମଣକୁ ରୋକିବା ପାଇଁ ଚାଲିଛି ଟିକାକରଣ । ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ‘ହର ଘର ଦସ୍ତକ’ ଅଭିଯାନ । ଘରକୁ ଘର ବୁଲି ସ୍ୱାସ୍ଥ୍ୟକର୍ମୀ ଯାଞ୍ଚ କରିବେ । ପରିବାରର କେଉଁ କେଉଁ ସଦସ୍ୟ ଟିକା ନେଇ ନାହାନ୍ତି । ଏନେଇ ତଥ୍ୟ ସଂଗ୍ରହ କରାଯିବ । ଏହା ପରେ ନିକଟସ୍ଥ ଟିକାକରଣ କେନ୍ଦ୍ରରେ ଟିକା ଦେବାର ବ୍ୟବସ୍ଥା କରାଯିବ । ତେଣୁ ଟିକାକରଣ କେନ୍ଦ୍ର ସଂଖ୍ୟାକୁ ବୃଦ୍ଧି କରାଯିବ ।

ଯେଉଁ ଗାଁରେ ଅଧିକ ଲୋକ ଟିକା ନେଇ ନାହାଁନ୍ତି ସେଠାରେ ଟିକାକରଣ କେନ୍ଦ୍ର ଖୋଲାଯିବ । ରାଜ୍ୟ‌ର ସସସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଆସନ୍ତା ଡିସେମ୍ବର ସୁଦ୍ଧା ଅତିକମ୍‌ରେ ଗୋଟିଏ ଡୋଜ୍ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ରାଜ୍ୟରେ ଏବେ ସୁଦ୍ଧା ୩୦ଲକ୍ଷ ଲୋକ ନିଜର ଦ୍ବିତୀୟ ଡୋଜ୍ ଟିକା ନେଇ ନ ଥିବା ସେ ସୂଚନା ଦେଇଛନ୍ତି । ପୂର୍ବରୁ ୩.୦୯ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୩.୨୫କୋଟିକୁ ବୃଦ୍ଧି ପାଇଛି ।

ସେପଟେ କିଛିଦିନ ହେବ ରାଜ୍ୟରେ ଦୈନିକ ଟିକାକରଣ ୩ଲକ୍ଷ ପାର୍ କରିନାହିଁ । ଏପଟେ ରାଜ୍ୟ ସରକାର ଦୈନିକ ୪.୧୩ଲକ୍ଷ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ଧାର୍ୟ୍ୟ କରିଛନ୍ତି । ତେଣୁ ଆସନ୍ତା ଡିସେମ୍ବର ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ଡୋଜ୍ ଟିକା ଦେବା ନେଇ ଆଶଙ୍କା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ