ଭୁବନେଶ୍ୱରରେ ପେଟ୍ରୋଲ ଦର ୧୧୦

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି ତୈଳ ଦର । ଗତ ୭ଦିନ ହେଲାଣି ପ୍ରତ୍ୟେକ ଦିନ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହେବାରେ ଲାଗିଛି । ଯାହାକି ମଧ୍ୟବିତ୍ତ ଓ ଗରିବ ଶ୍ରେଣୀର ଲୋକଙ୍କ ଉପରେ ଚଡ଼କ ସୃଷ୍ଟି କରିଛି । ତେବେ ଏହାମଧ୍ୟରେ ଆଜି ପୁଣି ବଢ଼ିଛି ତୈଳଦର ।

ଆଜି ପେଟ୍ରୋଲ ଦରରେ ୩୫ପଇସା ବୃଦ୍ଧି ପାଇଛି । ୩୫ପଇସା ବୃଦ୍ଧି ପାଇବା ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୧୦.୦୪ ପଇସା ହୋଇଥିବା ବେଳେ ଡିଜେଲ ୯୮.୪୨ପଇସା ରହିଛି । ତେବେ ସବୁଠାରୁ ବଡ଼ କଥା ହେଉଛି ଏବେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୧୦.୬୯ ଟଙ୍କାରେ ପହଞ୍ଚିଛି । ସେହିପରି ଡିଜେଲ ଦର ମଧ୍ୟ ୧୦୭.୩୯ପଇସା ରହିଛି ।

ମାଲକାନଗିରିରେ ଏବେ ପେଟ୍ରୋଲ ଲିଟର ପିଛା ୧୧୫.୯୦ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା ୧୧୨.୩୯ଟଙ୍କା ରହିଛି। ସେହିଭଳି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୫.୮୫ଟଙ୍କା, ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା୧୦୬.୬୬, କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୦.୫୦ ଟଙ୍କା ରହିଥିବା ଜଣାପଡ଼ିଛି। ବଢ଼ୁଥିବା ତୈଳ ଦରକୁ ନେଇ ଖାଉଟି ମାନେ ମଧ୍ୟ ଅସନ୍ତୋଷ ଜାହିର କରିଛନ୍ତି । ଶାସକ ବିଜେଡି ଦଳ ରାସ୍ତାକୁ ଆସି ପ୍ରତିବାଦ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’