Masthead

୧୨ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପ୍ରଦେଶ କଂଗ୍ରେସ କାର୍ୟ୍ୟକାରିଣୀ ବୈଠକରେ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କର ଭୂମିକାକୁ ତୀବ୍ର ନିନ୍ଦା କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜେ ଅପରାଧୀମାନଙ୍କୁ ଘଂଟ ଘୋଡ଼ାଉଛନ୍ତି । ଅପରାଧରେ ସଂଶ୍ଳିଷ୍ଟ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଏ ପର୍ଯ୍ୟନ୍ତ ବରଖାସ୍ତ କରୁନାହାନ୍ତି । ତାଙ୍କ ବିରୋଧରେ ଆପତଃ ପ୍ରମାଣ ଥାଇ ମଧ୍ୟ ମକୋଦ୍ଦମା ରୁଜୁ କରୁନାହାନ୍ତି। ରାଜ୍ୟରେ ଗୋଟିଏ ପରେ ଗୋଟିଏ ନାରୀ ନିର୍ଯାତନା ଘଟିଚାଲିଛି । ସମଗ୍ର ରାଜ୍ୟ ଆଜି ଅପରାଧୀମାନଙ୍କ ଚରାଭୂଇଁ ପାଲଟିଛି ।

ଆଇନ କାନୁନକୁ ଭୃକ୍ଷେପ ନାହିଁ । ହତ୍ୟା, ଗଣଦୁର୍ଷ୍କମ ମାନବ ଚାଲାଣ ଏବଂ ନିଶା ସାମଗ୍ରୀର କାରବାର ଏ ରାଜ୍ୟରେ ଦ୍ରୁତ ଗତିରେ ବୃଦ୍ଧିପାଇ ଚାଲିଛି। ସୁତରାଂ ୧୦ ଦିନ ମଧ୍ୟରେ ଯଦି ମୁଖ୍ୟମନ୍ତ୍ରୀ ନିଜ ମନ୍ତ୍ରିମଣ୍ଡଳରୁ ଦିବ୍ୟଶଙ୍କର ମିଶ୍ରଙ୍କୁ ବିଦା ନକରନ୍ତି, ତାଙ୍କ ବିରୋଧରେ ଫୌଜଦାରୀ ମକୋଦ୍ଦମା ଦାୟର ନକରନ୍ତି ଏବଂ ତାଙ୍କୁ ଗିରଫ ନକରନ୍ତି ଏହାର ପ୍ରତିବାଦରେ ନଭେମ୍ବର ୧୨ ଶୁକ୍ରବାର ଦିନ ଓଡ଼ିଶା ବନ୍ଦ କରିବାକୁ କଂଗ୍ରେସ ଦଳ ନିଷ୍ପତି ନେଇଛି ବୋଲି ପିସିସି ଉପସଭାପତି ଗଣେଶ୍ୱର ବେହେରା ପ୍ରକାଶ କରିଛନ୍ତି। ନାରୀର ସମ୍ମାନ ଓ ନାରୀ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ନିଷ୍ପତିକୁ ଓଡ଼ିଶାବାସୀଙ୍କୁ କଂଗ୍ରେସ ତରଫରୁ ନିବେଦନ ପୂର୍ବ ପ୍ରାଣରେ ସହଯୋଗ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ