Masthead

ଆଫଗାନରେ ଆଉ ଚଳିବନି ବିଦେଶୀ ମୁଦ୍ରା

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ତାଲିବାନ ଦଖଲ ପରେ ବିଗିଡ଼ିବାରେ ଲାଗିଛି ଆଫଗାନିସ୍ତାନର ସ୍ଥିତି । ଏଭଳି ସ୍ଥିତିରେ ଆଉ ଏକ ନୂଆ ନିୟମ ଲାଗୁ କରିଛି ତାଲିବାନ। ଏଣିକି ଦେଶରେ ଚଳିବନି ବିଦେଶୀ ମୁଦ୍ରା । ଦେଶରେ ବିଦେଶୀ ମୁଦ୍ରା ପ୍ରଚଳନ କ୍ଷେତ୍ରରେ ନୂଆ ସରକାର ଲଗାଇଛି ପ୍ରତିବନ୍ଧକ । ସରକାରୀ ନିୟମ କଡ଼ାକଡ଼ି ଭାବେ ପାଳନ କରାନଗଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାଇ ଦିଆଯାଇଛି । ତାଲିବାନ ମୁଖପାତ୍ର ଜାବୁଲ୍ଲା ମୁଜାହିଦ୍‌ ଏନେଇ ଏକ ବିବୃତ୍ତି ଜାରି କରିଛନ୍ତି।

ଏଥିରେ କୁହାଯାଇଛି ଯେ ଇସଲାମିକ୍ ଏମିରେଟ୍ (ତାଲିବାନ) ସମସ୍ତ ନାଗରିକ, ଦୋକାନୀ, ବ୍ୟବସାୟୀ ଏବଂ ସାଧାରଣ ଜନତାଙ୍କୁ ଆଫଗାନିସ୍ତାନରେ ସମସ୍ତ କାରବାର କରିବାକୁ ଏବଂ ବିଦେଶୀ ମୁଦ୍ରା ବ୍ୟବହାରରୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶ ଦେଇଛି। ଯଦି ଏହି ଆଦେଶକୁ କେହି ଉଲ୍ଲଂଘନ କରନ୍ତି ତେବେ ସେହି ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ।’ ରିପୋର୍ଟ ଅନୁଯାୟୀ ଆଫଗାନିସ୍ତାନର ବଜାରରେ ଆମେରିକୀୟ ଡଲାର ହେଉଛି ବିନିମୟର ବ୍ୟାପକ ମାଧ୍ୟମ। ଦେଶର ଅନେକ ସ୍ଥାନରେ କିଣାବିକା ପାଇଁ ଆମେରିକୀୟ ଡଲାର ବ୍ୟବହାର କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା