Masthead

ପୁଣି ଜଣେ ଓଡ଼ିଆଙ୍କୁ କେନ୍ଦ୍ର ଦେଲା ଗୁରୁଦାୟିତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ପୂର୍ବରୁ ଗିରିଶ ଚନ୍ଦ୍ର ମୁର୍ମୁ, ପ୍ରମୋଦ ମିଶ୍ର, ଶକ୍ତିକାନ୍ତ ଦାସ, ମୃତ୍ୟୁଞ୍ଜୟ ମହାପାତ୍ର, ସତ୍ୟନାରାୟଣ ପ୍ରଧାନ, ମାଇକେଲ ଦେବବ୍ରତ ପାତ୍ର, ବିଭୂପ୍ରସାଦ କାନୁନଗୋ, ହୃଷିକେଶ ସେନାପତି ପ୍ରମୁଖ ଓଡ଼ିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ସରକାରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଅବସ୍ଥାପିତ ହୋଇଛନ୍ତି । ଏହି ତାଲିକାରେ ସାମିଲ ହୋଇଛନ୍ତି ଆଉ ଜଣେ ଓଡ଼ିଆ । ଆଇନଜୀବୀ ପ୍ରସନ୍ନ କୁମାର ପାଢ଼ୀଙ୍କୁ ଆସିଷ୍ଟାଣ୍ଟ ସଲିସିଟର ଜେନେରାଲ (ଏଏସଜି)ଭାବେ ନିଯୁକ୍ତି ମିଳିଛି । କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ସେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶା ହାଇକୋର୍ଟରେ ଏଏସଜି ଭାବେ ନିଯୁକ୍ତି ପାଇଛନ୍ତି । ଦେଶର ଅନ୍ୟ ହାଇକୋର୍ଟ ସହିତ ଓଡ଼ିଶା ହାଇକୋର୍ଟ ପାଇଁ ଏଏସଜି ନିଯୁକ୍ତି ହୋଇଛନ୍ତି । ସେ ଆସନ୍ତା ୩ ବର୍ଷ ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇବେ ।

ପ୍ରସନ୍ନ କୁମାର ପାଢ଼ୀଙ୍କ ଘର ବାଲେଶ୍ୱର ସହରର ଷ୍ଟେସନ ବଜାର ଅଞ୍ଚଳରେ । ୧୯୯୨ରେ ଆଇନଜୀବୀ ଭାବରେ ସେ କର୍ମମୟ ଜୀବନ ଆରମ୍ଭ କରିଥିଲେ । ୧୯୯୯ରୁ ୨୦୦୯ ପର୍ଯ୍ୟନ୍ତ ସେ ଆଡିସିଲାନ ସେଣ୍ଟ୍ରାଲ ଗଭର୍ଣ୍ଣମେଣ୍ଟ ଷ୍ଟାଣ୍ଡିଂ କାଉନସିଲ ଭାବେ କାର୍ଯ୍ୟ କରିଥିଲେ । ଆଡଭୋକେଟ ଜେନେରାଲ କାର୍ଯ୍ୟାଳୟ ଅଧୀନରେ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିବା ପାଇଁ ତାଙ୍କୁ ନିଯୁକ୍ତି ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି