Masthead

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୨୫% ଅଧିକ ପାରିଶ୍ରମିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଉଟସୋରସିଂ ସଂସ୍ଥା ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତିମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ ।

ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ । ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତିମାନଙ୍କର ଇ.ପି.ଏଫ ଓ ଇ.ଏସ୍.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳାମାନଙ୍କ କ୍ଷେତ୍ରରେ ମାତୃତ୍ୱ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ