Masthead

ବଡ଼ଦାଣ୍ଡରେ ଜଳିବନି କାଉଁରିଆ କାଠି

ପୁରୀ (ବଡ଼ ଖବର ବ୍ୟୁରୋ ): ବଡଦାଣ୍ଡରେ ଶୁଭୁନାହିଁ ବଡବଡ଼ିଆ ଡାକ । ପିତୃପୁରୁଷ ପରମ୍ପରାକୁ ଶକ୍ତ ଆଘାତ । ଜଳିବନି କାଉଁରିଆ କାଠି । ଜଗା ଦର୍ଶନ ବନ୍ଦ । ପୟା ଶ୍ରାଦ୍ଧକୁ ମଧ୍ୟ ନା । ସିଂହଦ୍ୱାର ସମ୍ମୁଖରେ କାଉଁରିଆ କାଠି ଜାଳିବା ଉପରେ କଟକଣା ଜାରି କରାଯାଇଛି । ସିଂହଦ୍ୱାର ଓ ଏହାର ଚତୁଃପାଶ୍ୱର୍ରେ ଜନ ସମାଗମ ଉପରେ ୧୪୪ ଧାରା ଜାରି କରାଯାଇଛି ।

ଏହି କଟକଣା ଆଜି ପ୍ରାତଃ ୪ ଘଟିକା ସମୟରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ । କାଉଁରିଆ କାଠି ଜାଳିବାବେଳେ ପ୍ରବଳ ଜନ ସମାଗମ ହେବା, ପ୍ରଦୂଷଣ ମାତ୍ରା ବୃଦ୍ଧି ଓ କୋଭିଡ କଟକଣା ଉଲ୍ଲଙ୍ଘନ ହେବାର ଆଶଙ୍କା ଥିବାରୁ ଏଭଳି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଛି । ଏ ସଂକ୍ରାନ୍ତରେ ଉପ ଜିଲ୍ଲାପାଳ ଭବତାରଣ ସାହୁ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ସାଧାରଣ ଦର୍ଶନ ବନ୍ଦ ନିମନ୍ତେ ଶ୍ରୀମନ୍ଦିର ବନ୍ଦ ଅଛି । ଉକ୍ତ ସମୟ ମଧ୍ୟରେ ସ୍ୱୀକୃତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ପ୍ରବେଶାନୁମତି ରହିବ । ଜରୁରୀକାଳୀନ ସେବା ପୂର୍ବଭଳି ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼