Masthead

୩ ଟଙ୍କା ଭାଟ ହ୍ରାସ, ୧୪ ଶହ କୋଟିର ବୋଝ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରିଛନ୍ତି । ନୂଆ ଦର ୫ତାରିଖ ମଧ୍ୟରାତ୍ରରୁ ଲାଗୁ ହେବ । ଦେଶରେ ପେଟ୍ରୋଲ ଦର ବୃଦ୍ଧି ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବଢ଼ି ଚାଲିଥିଲା । ସରକାର ଗତକାଲି ରାତିରେ ପେଟ୍ରୋଲ ଓ ଡିଜେଲ ଉପରୁ ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିବାକୁ ଘୋଷଣା କରିଥିଲେ । ପେଟ୍ରୋଲ ଓ ଡିଜେଲର ମହଙ୍ଗା ଦରରେ ହନ୍ତସନ୍ତ ହେଉଥିବା ରାଜ୍ୟବାସୀଙ୍କ ପାଇଁ ଆଜି ପୁଣି ଆସିଛି ଭଲ ଖବର ।

ରାଜ୍ୟ ସରକାରଙ୍କ ଭାଟ୍ ହ୍ରାସ ନେଇ ଘୋଷଣା ଦ୍ବାରା ରାଜ୍ୟବାସୀ ଅତିରିକ୍ତ ୩ ଟଙ୍କାର ରିହାତି ପାଇବେ । ତେବେ ୩ ଟଙ୍କାର ଏହି ଛାଡ ପାଇଁ ରାଜ୍ୟ ରାଜକୋଷ ଉପରେ ଅତିରିକ୍ତ ୧୪ଶହ କୋଟିର ଭାର ପଡିବ । କେବଳ ୩ ଟଙ୍କା ଭାଟ୍ ହ୍ରାସ ଦ୍ବାରା ଏହି କ୍ଷତି ରାଜ୍ୟ ସରକାରଙ୍କୁ ବହନ କରିବାକୁ ପଡିବ । ଅନ୍ୟପକ୍ଷରେ କେନ୍ଦ୍ର ସରକାରଙ୍କ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ଯୋଗୁଁ ରାଜ୍ୟ ସରକାରଙ୍କୁ ଅତିରିକ୍ତ ୭ଶହ କୋଟି ଟଙ୍କା ହରାଇବାକୁ ପଡିବ ।

ତେଣୁ ରାଜ୍ୟ ସରକାରଙ୍କୁ ମୋଟ ପ୍ରାୟ ୨ ହଜାର କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡିବ । ଅନ୍ୟ ପଟେ ଏହାକୁ ବିଜେଡି ପ୍ରେସ ମିଟ କରି ଏହାକୁ ସ୍ବାଗତ କରିଛି। ବିଜୁ ଯୁବ ଜନତା ଦଳ ପକ୍ଷରୁ ୫ତାରିଖରୁ ହେବାକୁ ଥିବା ତୈଳ ଦର ବୃଦ୍ଧି ପ୍ରତିବାଦକୁ ୧୦ ଦିନ ପାଇଁ ସ୍ତଗିତ ରଖିଲେ । ଜଦି ଆଗମୀ ଦିନରେ ଏଥିରେ ହ୍ରାସ ନକରନ୍ତୁ ପୁଣି ତୀବ୍ରତର କରିବ ଆନ୍ଦୋଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼