କେଦାରନାଥରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେଦାରନାଥରେ ପହଞ୍ଚିଛନ୍ତି । ସେଠାରେ ସେ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ପହଞ୍ଚିଛନ୍ତି । ବାବା କେଦାରନାଥଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିର ପରିସରରେ ଏକ ଘଣ୍ଟା ପର୍ଯ୍ୟନ୍ତ ରହିବେ ବୋଲି ସୂଚନା ମିଳିଛି । ପରେ କେଦାରନାଥରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ସମାଧି ଓ ପ୍ରତିମୂର୍ତ୍ତିକୁ ଅନାବରଣ କରିବେ ।

ଏହାସହିତ ଦେଶବାସୀଙ୍କୁ ଏହି ପରିପ୍ରେକ୍ଷୀରେ ସମ୍ବୋଧନ କରିବେ । ୧୩୦ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ପ୍ରକଳ୍ପର ଶୁଭାରମ୍ଭ କରିବେ । କେଦାରନାଥରେ ଶଙ୍କରାଚାର୍ୟ୍ୟଙ୍କ ୧୨ ଫୁଟ୍ ଲମ୍ବ ବିଶିଷ୍ଟ ଏବଂ ୩୫ ଟନ୍ ଓଜନର ଏକ ପ୍ରତିମା ତିଆରି କରାଯାଇଛି । କେଦାରନାଥ ଦର୍ଶନ କରିବା ପରେ ମୋଦି ସେଠାରେ ୪୦୦ କୋଟିରୁ ଅଧିକ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ