Masthead

ପୋଲିସ-ମାଓବାଦୀ ଗୁଳି ବିନିମୟରେ ଦୁର୍ଦାନ୍ତ ମାଓବାଦୀ ନିହତ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦାନ୍ତେୱାଡାରେ ପୋଲିସ-ମାଓବାଦୀ ଗୁଳି ବିନିମୟରେ ଦୁର୍ଦାନ୍ତ ମାଓବାଦୀ ନିହତ । ନିହତ ହୋଇଥିବା ମାଓବାଦୀ  ଜଣକ  ଇନ୍ଦ୍ରାବତୀ ମାଓ ସଂଗଠନର  ରାମସୁ  ବୋଲି ଜଣାପଡିଛି । ଛିନ୍ଦନାର ଓ ପହୁରନାର ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ଦନ୍ତେୱାଡା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ଦେଇଥିଲା ।

ଶୁକ୍ରବାର ସେଠାରେ ଡିଆରଜି ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଜୋରଦାର କରାଯାଇଥିଲା । ରାତିରେ ଉଭୟ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟ ହୋଇଥିଲା । ଏହାପରେ ନକ୍ସଲ ମାନେ ଘଟଣାସ୍ଥଳରୁ ପଳାଇଥିଲେ। ପରେ ଯବାନ ମାନେ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ କରି ଜଣେ ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି । ଏହାସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ  ହୋଇଛି। ଏନେଇ ସୂଚନା ଦେଇଛନ୍ତି ଦାନ୍ତେୱାଡା ଏସ୍‌ପି ଅଭିଷେକ ପଲ୍ଲଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ