Masthead

ସାନ ଭାଇର ବୋମା ମାଡ଼ରେ ବଡ଼ ଭାଇ ଗୁରୁତର

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସାନ ଭାଇର ବୋମା ମାଡ଼ରେ ବଡ଼ ଭାଇ ଗୁରୁତର। ଏଭଳି ଘଟଣା ଦେଖିବାକୁ ମିଳିଛି ନୟାଗଡ ଜିଲ୍ଲା ଓଡଗାଁ ଥାନା ମାଣିକପଟଣା ଗାଁରେ।  ଉକ୍ତ ଗାଁର ପ୍ରଦୀପ ନାୟକ ଓ ତାଙ୍କ ସାନଭାଇ ଦିଲ୍ଲୀପ ନାୟକଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା। ଛୋଟ ପିଲାର କଳିକୁ ନେଇ ଭାଇ ଭାଇ ମଧ୍ୟରେ ବିବାଦ ଉପୁଜିଥିଲା।

ତେବେ ଶୁକ୍ରବାର ସାନଭାଇ ଦିଲ୍ଲୀପ ସେ ଗାଁର ଅନ୍ୟ ଏକ ବ୍ୟକ୍ତି ସାଙ୍ଗରେ ଝଗଡା କରିଥିଲା। ବଡ଼ ଭାଇ ସେଇ ସ୍ଥାନରେ ପହଞ୍ଚି ସାନ ଭାଇକୁ ବୁଝାସୁଝା କରୁଥିଲା। ଏତିକି ବେଳେ ସାନଭାଇ ଏକ ବୋମା ଆଣି ବଡ଼ ଭାଇ ଉପରକୁ ପକାଇ ଥିଲା । ବେମୋ ମାଡରେ ବଡ଼ ଭାଇ ଗୁରୁତର ହେବା ପରେ ସଂଗେ ସଂଗେ ଓଡଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଛି।  ଏନେଇ ଓଡଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା