Masthead

ହ୍ରାସ ପାଉଛି କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଧୀରେ ଧୀରେ ନିୟନ୍ତ୍ରଣ ହେବାରେ ଲାଗିଛି କରୋନା । ମହାମାରୀରେ ପ୍ରଥମରୁ ଯେଉଁ ପରିମାଣରେ ମୃତ୍ୟୁ ହେଉଥିଲା ଏବେ ସାମାନ୍ୟ ହ୍ରାସ ପାଇବାରେ ଲାଗିଛି । ମଙ୍ଗଳବାର ୧୧୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବୁଧବାର ୯୮୬ ଜଣଙ୍କ ମୁଣ୍ଡ ଗଡ଼ିଥିଲା । ପୂର୍ବ ଦୁଇଦିନ ତୁଳନାରେ ଆଜି କମିଛି କରୋନାଜନିତ ମୃତ୍ୟୁ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୯୭୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫ହଜାର ୫୨୬କୁ ବୃଦ୍ଧି ପାଇଛି ।

ଦିନକରେ ୭୮,୫୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୮,୩୫୬୫୬ ରହିଛି । ଆକ୍ଟିଭ କେସ୍ ୯,୦୨୪୨୫ ଥିବାବେଳେ ସେଥିମଧ୍ୟରୁ ୫୮,୨୬୭୦୫ଜଣ ସୁସ୍ଥ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା