Masthead

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ୪ ମାଫିଆ ଫେରାର

ଲମତାପୁଟ(ବଡ଼ ଖବର ବ୍ୟରୋ): ପୁଣି ଲମତାପୁଟ ପୋଲିସକୁ ବଡ଼ ସଫଳତା। ଚୋରା ଚାଲାଣ ପାଇଁ ସ୍ବତନ୍ତ୍ର ପେକିଂ ଚାଲିଥିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ। ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦେଶ କ୍ରମେ ଏସ. ଡ଼ି. ପିଓ .ଙ୍କ ନେତୃତ୍ଵ ରେ ଲମତାପୁଟ ଜଲାପୁଟ ପୋଲିସ ସ୍ଥାନୀୟ ଜବାଗଡ ଗ୍ରାମରେ ଚଢାଉ କରିଥିଲା। ଗାଁ  ନିକଟ ଜଙ୍ଗଲ ନଦୀ ତୁଠରେ ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ସ୍ବତନ୍ତ୍ର ପେକିଙ୍ଗ  ଚାଲିଥିବା ଖବର ପାଇ ଚଢାଉ କରିଥିଲା ପୋଲିସ।ପୋଲିସକୁ ଦେଖି ଘଟଣା ସ୍ଥଳରୁ ୪ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଥିବା ବେଳେ ୯ ଟି ବସ୍ତାରୁ ପ୍ରାୟ ୨ କୁଇଁଣ୍ଟାଲ ଗଞ୍ଜେଇ ଜବତ କରିଛି ପୋଲିସ।

ଜବତ ଗଞେଇର ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ତେବେ ୪ ଜଣ ଗଞ୍ଜେଇ ମାଫିଆଙ୍କୁ ପୋଲିସ ଚିହ୍ନଟ କରିଛି କିନ୍ତୁ ୪ମାଫିଆଙ୍କୁ ଧରିବା ଲାଗି ୪ ମାଫିଆଙ୍କ ନାମ ଗୋପନ ରଖିଥିବା ନନ୍ଦପୁର ଏସ ଡି ପି ଓ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ