Masthead

ବଢ଼ୁଛି ଜିକା ଭାଇରସ୍ ମାମଲା

ାକାନପୁର(ବଡ଼ ଖବର ବ୍ୟୁରୋ)  ଉତ୍ତରପ୍ରଦେଶର କାନପୁରରେ ଜିକା ଭାଇରସ ମାମଲା ଦିନକୁ ଦିନ ବଢିବାରେ ଲାଗିଛି । ଗତ ରବିବାର ଆଉ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଫଳରେ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରେ ୩ ଜଣ ବାୟୁ ସେନା କର୍ମଚାରୀ, ୨ ଜଣ ମହିଳା ଅଛନ୍ତି ।

ଶୁକ୍ରବାର ସୁଦ୍ଧା ଜିଲ୍ଲାର ମୋଟ ଜିକା ପଜେଟିଭ କେସ ୬୬ ଥିଲା । ମାମଲା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକି ସମୀକ୍ଷା କରିଥିଲେ । ଯୋଗୀ ଆଦିତ୍ୟନାଥ ସ୍ୱାସ୍ଥ୍ୟ ବିଭାଗକୁ ପରିସ୍ଥିତି ଉପରେ କଡା ନଜର ରଖିବାକୁ ନିର୍ଦ୍ଦେଷ ଦେଇଥିଲେ । ଅକ୍ଟୋବର ୨୩ରେ କାନପୁରରେ ପ୍ରଥମ ଜିକା ଭାଇରାସ ମାମଲା ଚିହ୍ନଟ ହୋଇଥିଲା । ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ୱସ୍ଥ୍ୟ ଟିମ ପକ୍ଷରୁ ବିଭିନ୍ନ ସ୍ଥାନରେ ସାନିଟାଇଜେସନ କାର୍ଯ୍ୟକ୍ରମ କରାଯାଉଛି । ସେହିପରି ଜ୍ୱର ଥିବା ଲୋକଙ୍କୁ ଚିହ୍ନଟ କରି ପରୀକ୍ଷା କରାଯାଉଛି । ସେହିପରି ଗର୍ଭବତୀଙ୍କ ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରିବା ପାଇଁ ସବୁ ପ୍ରକାରର ସୁବିଧା କରାଯାଇଛି । ସେପଟେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନୁଯାୟୀ ଜିକା ଜୀବାଣୁ ଏଡିସ ମଶା ଦ୍ୱାରା ସଂକ୍ରମିତ ହୋଇଥାଏ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼