Masthead

ଆରପାରିରେ କିଶୋର ରଥ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଆର ପାରିରେ କିଶୋର ରଥ। କାର୍ଟୁନ୍ ‘କଟାକ୍ଷ’ରେ ଶାଣିତ ଶବ୍ଦ ଓ ଭିନ୍ନ ଶୈଳୀର ରେଖାଚିତ୍ରର ସ୍ରଷ୍ଟା କିଶୋର ରଥ। ଆଜି ସକାଳେ ତାଙ୍କର ନିଶ୍ଵାସପ୍ରଶ୍ଵାସ ନେବାରେ ଅସୁବିଧା ହେବାରୁ ତାଙ୍କୁ କ୍ୟାପିଟାଲ୍ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ବର୍ଷ ହୋଇଥିଲା।

୧୯୬୩ ମସିହାରେ ଜନ୍ମିତ କିଶୋର ରଥ ରାଜ୍ୟର ଜଣାଶୁଣା କାର୍ଟୁନିଷ୍ଟ ଭାବ‌େ ପରିଚିତ ଥିଲେ। ରାଜ୍ୟର ପୁରାତନ କଳା ଶିକ୍ଷାନୁଷ୍ଠାନ ଖଲିକୋଟ ଆର୍ଟ କଲେଜରୁ ଫାଇନ୍ ଆର୍ଟସରେ ସ୍ନାତକ କରିବା ପରେ ଜଣେ ପେସାଦାର ଶିଳ୍ପୀଭା‌ବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ଜଣେ ଚିତ୍ରଶିଳ୍ପୀ ହେବା ସହ ବ୍ୟଙ୍ଗ କବିତା ଲେଖିବାରେ ତାଙ୍କର ଅପୂର୍ବ ଦକ୍ଷତା ଥିଲା। ଚିତ୍ର ଓ ଶବ୍ଦ ସଂଯୋଜନାରେ ସମନ୍ବିତ ଦକ୍ଷତା ତାଙ୍କୁ କାର୍ଟୁନ୍ ଆଙ୍କିବା ସହ କ୍ଷୁଦ୍ରକବିତା ଜରିଆରେ ସମାଜକୁ ସକାରାତ୍ମକ ବାର୍ତ୍ତା ଦେବାରେ ସହାୟକ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା