Masthead

ଆଜି କଳାହାଣ୍ଡିରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ନବୀନ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଆଜି କଳାହାଣ୍ଡିରେ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ନବୀନ। ଆଜି ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଗସ୍ତ କରି ଭୁବନେଶ୍ଵରଠାରୁ ବିମାନ ଯୋଗେ ବାହାରି ଉତକେଲା ଏୟାରଷ୍ଟ୍ରିପ୍‌ରେ ଅବତରଣ କରିବେ। ସେଠାରୁ ହେଲିକପ୍ଟର ଯୋଗେ ଭବାନୀପାଟଣା ଓୟୁଏଟି ପରିସରକୁ ଯିବେ।  ଓୟୁଏଟି ଅଡିଟୋରିୟମରେ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଅଡିଟୋରିୟମରେ କୋଭିଡ କଟକଣା ମଧ୍ୟରେ ମୋଟ ୩ଶହ ଜଣଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ପୂର୍ବରୁ ସମସ୍ତଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଛି। ସେହିପରି ଓୟୁଏଟି ପଡିଆରେ ଆଉ ଏକ ସଭାର ଆୟୋଜନ କରାଯାଇଛି। ଯେଉଁଥିରେ ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ ନିମନ୍ତ୍ରିତ ଅତିଥି ମାନେ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଂଗ୍ରେସ ୧ଘଣ୍ଟା ପାଇଁ ଜନତା କର୍ଫ୍ୟୁ ଡକରା ଦେଇଛି। ଏପଟେ ବିଜେପି ବି ସମାଜିକ ବାସନ୍ଦ କରିବାକୁ ଆହ୍ବାନ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?