Masthead

ଆଜି ଜଗଦ୍ଧାତ୍ରୀ ବେଶରେ ଦର୍ଶନ ହେଉଛନ୍ତି ମା’ ଭଦ୍ରାକାଳି

ଭଦ୍ରକ(ବଡ଼ ଖବର ବ୍ୟୁରୋ): କାଳୀପୂଜା ଉପଲକ୍ଷେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେଉଛି । ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ ଜଗଦ୍ଧାତ୍ରୀ ବେଶ ଧାରଣ କରିଛନ୍ତି  ।  ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମା’ ନାଲି ପାଟ ବସ୍ତ୍ର ପରିଧାନ କରିଛନ୍ତି ଓ ସ୍ୱର୍ଣ୍ଣ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି । ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା,ଖଡ୍ଗ ଧାରଣ କରି ଚତୁର୍ଦ୍ଧାମୂର୍ତ୍ତୀରେ ପ୍ରକଟ ହୋଇଛନ୍ତି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ୱାସ ରହିଛି ।

ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନକର୍ତ୍ତି । ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି । ଆସନ୍ତାକାଲି ମା’ ପଦ୍ମାସନା ହଂସ ବାହନରେ ମହାସରସ୍ୱତୀ ବେଶରେ ଦର୍ଶନ ଦେବେ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ