Masthead

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତବ୍ୟ ହାସ୍ୟାସ୍ପଦ : ସସ୍ମିତ ପାତ୍ର

ଭୁବନେଶ୍ୱର(ବଡ ଖବର ବ୍ୟୁରୋ): ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ରାଜନୀତି କରୁଛି ବିଜେପି । ମନ୍ତୀଙ୍କ ହତ୍ୟା ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଇଥିବା ମତ ହାସ୍ୟାସ୍ପଦ । ଜଣେ କେନ୍ଦ୍ରମନ୍ତ୍ରୀଙ୍କ ନିକଟରୁ ଏଭଳି ବୟାନ ଆସା କରାଯାଏନାହିଁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର । ଏକ ସାମ୍ବାଦିକ ସମ୍ମୀଳନି କରି ଶ୍ରୀ ଦାସ କହିଛନ୍ତି ବିଜେପି ଶାସିତ ରାଜ୍ୟରେ ଅନେକ ଘଟଣା ଘଟୁଛି । କେଉଁଟି ପୋଲ ଭାଙ୍ଗୁଛି ତ ଆଉ କେଉଁଠି ମଦ ମୃତ୍ୟୁ ହେଉଛି । ଏହାଛଡ଼ା ବିଜେପି ଶାସିତ ରାଜ୍ୟରେ ମହିଳାଙ୍କ ପ୍ରତି ଅପରାଧ ବୃଦ୍ଧି ପାଇବାରେ ଲାଗିଛି । ଏହି ଘଟଣାରେ ଦିନେ ମାତ୍ର ମୁହଁ ଖୋଲୁନଥିବା କେନ୍ଦ୍ରମନ୍ତ୍ରୀ ଓଡ଼ିଶାରେ ହତ୍ୟା ମାମଲାରେ ରାଜନୀତି କରୁଛନ୍ତି । ସୂଚନା ଥାଉକି ଗତ ୨୯ତାରିଖରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଝାଡସୁଗୁଡା ଗାନ୍ଧିନଗର ଥାନା ଅଧିକାରୀ ଗପାଳ ଦାସ ଗୁଳି କରି ହତ୍ୟା କରିଥିଲା । ଏହି ହତ୍ୟା ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚଟିମ । ଯାହାର ତଦାରଖ କରୁଛନ୍ତି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ